ଭୁବନେଶ୍ୱର : ବାହାରିଲେ ଜେଲ୍ରୁ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ଷଷ୍ଠ ମାମଲାରେ ଜାମିନ ମିଳିବା ପରେ ଆଜି ଝାରପଡ଼ା ଜେଲରୁ ମୁକୁଳିଥିବା ଜଣାପଡ଼ିଛି । ତାଙ୍କୁ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଥିବା ବେଳେ ୨ ଲକ୍ଷ ଟଙ୍କା ଲେଖାଏଁ ୨ ଜଣ ଜାମିନଦାରଙ୍କ ବଦଳରେ ହାଇକୋର୍ଟ ବିଧାୟକ ପ୍ରଦୀପଙ୍କୁ ଜାମିନ ପ୍ରଦାନ କରିଛନ୍ତି । ଏହା ସହିତ ତଳ କୋର୍ଟରେ ୨ ଲକ୍ଷ ଟଙ୍କା ଜମା କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ଗଣମାଧ୍ୟମରେ କୌଣସି ବିବୃତ୍ତି ନଦେବା ଓ ସାକ୍ଷୀମାନଙ୍କୁ ଧମକଚମକ ନଦେବାକୁ କୋର୍ଟ କହିଛନ୍ତି । ସୂଚନାଯୋଗ୍ୟ ଯେ, ଗତ ଡିସେମ୍ବର ୩ ତାରିଖରେ ପ୍ରଦୀପ ପାଣିଗ୍ରାହୀଙ୍କୁ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ । ଗିରଫ ପରେ ବିଜେଡି ପ୍ରଦୀପ ପାଣିଗ୍ରାହୀଙ୍କୁ ଦଳରୁ ବହିଷ୍କୃତ କରିଥିଲା ।