jayashree

ବାଣାୟତ ଖଣ୍ଡାୟତ ସମାଜର ପ୍ରସ୍ତୁତି ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ନିଖିଳ ଓଡିଶା ବାଣାୟତ ଓଡିଆ ସମାଜର ଆସନ୍ତା ୨୬ ତାରିଖରେ ହେବାକୁ ଥିବା ବାର୍ଷିକୋତ୍ସବ ଓ ଅନୁଷ୍ଠାନର ନିର୍ବାଚନ ପାଇଁ ଏକ ପ୍ରସ୍ତୁତି ବୈଠକ ସେକ୍ଟର ୩ ଶ୍ରୀଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ସମାଜର ସଭାପତି ବାବାନାଥ ପରିଡାଙ୍କ ସଭାପତିତ୍ୱ ଓ ସାଧାରଣ ସଂପାଦକ ଅଭିରାମ ପ୍ରଧାନଙ୍କ ଆବାହକତ୍ୱରେ ଆୟୋଜିତ ଏହି ବୈଠକରେ ଅନୁଷ୍ଠାନର କର୍ମକର୍ତ୍ତାମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମର ରୂପରେଖ ପ୍ରସ୍ତୁତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସଭାପତି ଗନ୍ଧର୍ବ ପ୍ରଧାନ ଓ ରାଜ୍ୟ ନିର୍ବାଚନ ଅଧିକାରୀ ଉଦୟନାଥ ପ୍ରଧାନ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା କରିବେ ବୋଲି ସ୍ଥିର କରାଯାଇଛି । ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ସର୍ବଶ୍ରୀ ବାବୁଲା ନାହାକ, ଅଜୟ ପ୍ରଧାନ, ବିଜୟଲକ୍ଷ୍ମୀ ପ୍ରଧାନ, ଶରତ କୁମାର ଜେନା, ଅଶୋକ ବିଶ୍ୱାଳ, ଇଶ୍ୱର ପ୍ରଧାନ ଓ ଅନ୍ୟମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.