ଓଡିଶା ଆଦର୍ଶ ବିଦ୍ୟାଳୟର ପରିଚାଳନା କମିଟିର ପ୍ରଥମ ବୈଠକ

ତୁଷୁରା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଗୁଡ଼ଭେଲା ବ୍ଲକ ଅନ୍ତର୍ଗତ ତେନ୍ତୁଳିଖୁଣ୍ଟି ଗ୍ରାମ ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଶୁକ୍ରବାର ବିଦ୍ୟାଳୟ ପରିଚାଳନା କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଶୁଭସ୍ମିତା କହଁରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ବିଦ୍ୟାଳୟର ପରିଚାଳନା କମିଟିର ଅଧ୍ୟକ୍ଷ ବଲାଙ୍ଗିର ଜିଲ୍ଲାପାଳଙ୍କ ପ୍ରତିନିଧି ଭାବେ ଗୁଡ଼ଭେଲା ବ୍ଲକ ବିଡିଓ ଗୁରେଶ୍ୱର ଭୋଇ ଯୋଗଦେଇ ବିଦ୍ୟାଳୟର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଉପରେ ଆଲୋଚନା କରିଥିଲେ । ଏହି ଆଲୋଚନାରେ ଗୁଡ଼ଭେଲା ବ୍ଲକ ଅତିରିକ୍ତ ଶିକ୍ଷାଧିକାରୀ ରମେଶ ଚନ୍ଦ୍ର ସାର୍ଥକ, ଡାହିମାଲ ନୋଡାଲ ହାଇସ୍କୁଲର ପ୍ରଧାନ ଶିକ୍ଷକ ଏସ୍‌ ପଟ୍ଟନାୟକ, ସୁଦାମ ଚରଣ ତ୍ରିପାଠୀ, ନାରାୟଣ ଭୁଏ ଆଦି ଉପସ୍ଥିତ ଥିଲେ ।

Leave A Reply

Your email address will not be published.