pakka

ସୁବର୍ଣ୍ଣପୁରରେ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

bbehera

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମାଠାରେ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ବିମଳେନ୍ଦୁ ରାୟଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷ ସୁବର୍ଣ୍ଣପୁର ରାମେଶ୍ଵର ମନ୍ଦିର ନିକଟସ୍ଥ ଷ୍ଟାଡିୟମଠାରେ ନିମନ୍ତ୍ରିତ ଅତିଥି ଏବଂ ଛାତ୍ରଛାତ୍ରୀଙ୍କ ଉପସ୍ଥିତିରେ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳନ କରାଯିବ । ଉକ୍ତଦିନ ପ୍ରାତଃ ସମୟରେ ସହରରେ ରାମଧୁନ ପ୍ରଚାର କରାଯିବା ସହିତ ବିଭିନ୍ନ ଅନୁଷ୍ଠାନ ଦ୍ଵାରା ପ୍ରଭାତ ଫେରୀ ସକାଳ ଘ୦୬-୦୦ ଣ୍ଟା ମଧ୍ୟରେ କରାଯିବ । ୦୭ଟା ସମୟରେ ସହରର ବିଭିନ୍ନ ଛକରେ ଓ କାର୍ଯ୍ୟାଳୟରେ ଅବସ୍ଥାପିତ ମହାପୁରୁଷ ତଥା ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ବରିଷ୍ଠ ଅଧିକାରୀଙ୍କ ଦ୍ୱାରା ପୁଷ୍ପମାଲ୍ୟାର୍ପଣ କରାଯିବ । ସକାଳ ଘଂ୦୮ ମଧ୍ୟରେ ସମସ୍ତ ସରକାରୀ, ବେସରକାରୀ ଅନୁଷ୍ଠାନ, ଶିକ୍ଷାନୁଷ୍ଠାନମାନଙ୍କରେ ଜାତୀୟ ପତାକା ଉତ୍ତୋଳନ କରାଯିବ । ସ୍ୱାଧୀନତା ଦିବସର ମୁଖ୍ୟ ଅତିଥିଙ୍କ ଦ୍ୱାରା ଘଂ ୦୯-୧୫ ମିନିଟ ସମୟରେ ଷ୍ଟାଡିୟମଠାରେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ଜାତୀୟ ପତାକା ଉତ୍ତୋଳନ କରାଯିବ । ଚଳିତବର୍ଷ ପ୍ୟାରେଡ଼ରେ ପୋଲିସ ବ୍ୟାଣ୍ଡ, ସଶସ୍ତ୍ର ବାହିନୀ ଓ ଗୃହରକ୍ଷୀ ଦଳ ସହ ଛାତ୍ରଛାତ୍ରୀଙ୍କ ୪୨ଟି ଦଳ ଅଂଶଗ୍ରହଣ କରିବେ । ପ୍ୟାରେଡ଼ ପଡିଆରେ ବିଭିନ୍ନ ବିଦ୍ୟାଳୟ ମହାବିଦ୍ୟାଳୟର ସୀମିତ ଦଳ ସୁନ୍ଦର ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିବେ ।
ବିଭିନ୍ନ ବିଦ୍ୟାଳୟ ମହାବିଦ୍ୟାଳୟର ବୋର୍ଡ ପରୀକ୍ଷାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀମାନଙ୍କୁ ସମ୍ମାନିତ କରାଯିବ । ସେହିପରି ବିଭିନ୍ନ ବ୍ୟକ୍ତି ବିଶେଷ ତଥା ସଂସ୍ଥା ଯେଉଁମାନେ ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି, ସେମାନଙ୍କ ଉତ୍କୃଷ୍ଟ ପ୍ରଦର୍ଶନ ନିମନ୍ତେ ପୁରସ୍କୃତ କରାଯିବ । ସେମାନଂକୁ ସମ୍ପୃକ୍ତ ବିଭାଗୀୟ ଜିଲ୍ଲା ଅଧିକାରୀ ମନୋନୀତ କରିବେ । ବିଭିନ୍ନ ବିଦ୍ୟାଳୟ ମହାବିଦ୍ୟାଳୟର ରାଜ୍ୟ ଏବଂ ଜାତୀୟ ସ୍ତରରେ କୃତି ପାଇଁ ଛାତ୍ରଛାତ୍ରୀ ଏବଂ କ୍ରୀଡାବିତ୍ ମାନଙ୍କୁ ମଧ୍ୟ ପୁରସ୍କାର ଦିଆଯିବ । ସନ୍ଧ୍ୟା ୦୭ ଘଣ୍ଟା ସମୟରେ ନୂତନ ଟାଉନ ହଲଠାରେ ପୁରସ୍କାର ବିତରଣ ଓ ସାଂସ୍କୃତିକ ବିଚିତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଜିଲ୍ଲାସ୍ତରୀୟ ଉତ୍ସବ ପରି ଜିଲ୍ଲାର ଉପଖଣ୍ଡ ସ୍ତରରେ, ବ୍ଲକ ସ୍ତରରେ ତଥା ପଞ୍ଚାୟତ ସ୍ତରରେ ମଧ୍ୟ ସମାରୋହ ଅନୁଷ୍ଠିତ ହେବ । ଉତ୍ସବ ପରିପ୍ରେକ୍ଷୀରେ ଜିଲ୍ଲା ଶିକ୍ଷା ଅଧିକାରୀ ତଥା ଅଧ୍ୟକ୍ଷ ଶିକ୍ଷକ ପ୍ରଶିକ୍ଷଣ ଅନୁଷ୍ଠାନଙ୍କ ତତ୍ୱାବଧାନରେ ମହାବିଦ୍ୟାଳୟ, ଉଚ୍ଚବିଦ୍ୟାଳୟ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ତରରେ ଦେଶାତ୍ମବୋଧକ ସଙ୍ଗୀତ ଆବୃତ୍ତି, ବକ୍ତୃତା ଓ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହେବ । ଏହି ପ୍ରସ୍ତୁତି ବୈଠକରେ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ, ଉପଜିଲ୍ଲାପାଳ ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ସନତ ନାୟକ, ଏସ୍‌ଡ଼ିପିଓ ରାଜକିଶୋର ମିଶ୍ର, ତହସିଲଦାର ନବୀନ କିଶୋର ପାଢ଼ୀ, ଏସ୍‌ଇ ପିଡବ୍ଲୁଡି ଦାମୋଦର କୈବର୍ତ୍ତ, ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ତଥା ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀ, ସହରର ବିଶିଷ୍ଟ ବ୍ୟକ୍ତି ବିଶେଷ, ବରିଷ୍ଠ ନାଗରିକ, ବିଭିନ୍ନ ବିଦ୍ୟାଳୟ ମହାବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ, ଅଧ୍ୟକ୍ଷ /ଅଧ୍ୟକ୍ଷା, ବିଭିନ୍ନ ସାଂସ୍କୃତିକ ଓ ସ୍ଵେଚ୍ଛାସେବୀ ଅନୁଷ୍ଠାନର କର୍ମକର୍ତ୍ତା, ଗଣମାଧ୍ୟମର ପ୍ରତିନିଧି ପ୍ରମୁଖ ଯୋଗଦାନ କରିଥିଲେ । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ ସ୍ୱାଗତ ସମ୍ଭାଷଣ କରିବା ସହ ବିବରଣୀ ପାଠ କରିଥିଲେ । ଜିଲ୍ଲାପାଳ ଶ୍ରୀ ରାୟ ଉପସ୍ଥିତ ସମସ୍ତ ବ୍ୟକ୍ତି ବିଶେଷଙ୍କୁ ଆନ୍ତରିକତାର ସହିତ ଏହି ଜାତୀୟ ଦିବସ ପାଳନ ପାଇଁ ସହଯୋଗ କରିବା ପାଇଁ ଅନୁରୋଧ କରିଥିଲେ । ଶେଷରେ ବିଭାଗୀୟ ଗ୍ରନ୍ଥାଗାରିକ ବିଦ୍ୟାପତି ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ । ବୈଠକରେ ବିଭାଗୀୟ କର୍ମକର୍ତ୍ତା ମାନଭଞ୍ଜନ ପଟ୍ଟନାୟକ, ବିନୋଦ କିଶୋର ଦାନୀ, ଚମରା ବିଶି ପ୍ରମୁଖ ସକ୍ରିୟ ସହଯୋଗ କରିଥିଲେ ।

jay balangir
Leave A Reply

Your email address will not be published.

16 − 6 =

error: Content is protected !!