csstore

ରାଜ୍ୟ କ୍ୟାବିନେଟର ୭୪ତମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟର ୭୪ତମ ବୈଠକ ଲୋକ ସେବା ଭବନର ତୃତୀୟ ମହଲା ସମ୍ମିଳନୀ କକ୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ସଂପର୍କରେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ମନ୍ତ୍ରୀ ସୁଦାମ ମାର୍ଣ୍ଡି ଏବଂ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା କ୍ୟାବିନେଟରେ ପାରିତ ହୋଇଥିବା ବିଭିନ୍ନ ପ୍ରସ୍ତାବ ସଂପର୍କରେ ବିଶଦ ସୂଚନା ଦେଇଥିଲେ । ଆଜିର କ୍ୟାବିନେଟ ବୈଠକରେ ୧୩ଟି ବିଭିନ୍ନ ବିଭାଗର ୧୬ଟି ପ୍ରସ୍ତାବ ଆଗତ କରାଯାଇଥିଲା ବେଳେ ସମସ୍ତ ପ୍ରସ୍ତାବ ପାରିତ ହୋଇଛି । ଅନୁଷ୍ଠିତ ପ୍ରେସ ବିବୃତ୍ତି ସମୟରେ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ, ପ୍ରମୁଖ ଶାସନ ସଚିବ ସୁଶୀଲ କୁମାର ଲୋହାନୀ, କମିଶନର ତଥା ଶାସନ ସଚିବ ଅଶ୍ୱଥି ଏସ୍‌, କମିଶନର ତଥା ଶାସନ ସଚିବ ଅରବିନ୍ଦ ଅଗ୍ରୱାଲ ମଧ୍ୟ ଉପସ୍ଥିତ ଥିଲେ ।

jayashree
Leave A Reply

Your email address will not be published.