ପଞ୍ଚାୟତିରାଜ ପ୍ରତିନିଧିମାନଙ୍କ ପାରିତୋଷିକ ଓ ବୈଠକ ଭତ୍ତାରେ ବୃଦ୍ଧି

  • ଖର୍ଚ୍ଚ ହେବ ଅଧିକ ୧୬୨.୬୮ କୋଟି ଟଙ୍କା

ଭୁବନେଶ୍ୱର : ରାଜ୍ୟର ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୃଦ୍ଧି କରିଛନ୍ତି । ସୂଚନାଯୋଗ୍ୟ ଯେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି. କେ. ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲାଗସ୍ତ ସମୟରେ ପଞ୍ଚାୟତିରାଜ ପ୍ରତିନିଧିମାନେ ତାଙ୍କୁ ଭେଟି ଏହି ପାରିତୋଷିକ ବୃଦ୍ଧି ସମ୍ପର୍କରେ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ । ନିଷ୍ପତ୍ତି ଅନୁଯାୟୀ ଜିଲ୍ଲା ପରିଷଦ ସଭାପତିମାନେ ୯,୩୮୦ ଟଙ୍କା ପରିବର୍ତ୍ତେ ୩୦,୦୦୦ ଟଙ୍କା ମାସିକ ପାରିତୋଷିକ ପାଇବେ । ସେମାନଙ୍କ ଦୈନିକ DA+Sitting fee ମଧ୍ୟ ୩୦୦ ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ଜିଲ୍ଲା ପରିଷଦ ଉପ-ସଭାପତି ମାନଙ୍କ ପାରିତୋଷିକ ୭,୦୪୦ ଟଙ୍କାରୁ ୨୦,୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି ଏବଂ ସେମାନଙ୍କ ଭତ୍ତା DA+SF ମଧ୍ୟ ୩୦୦ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ଜିଲ୍ଲା ପରିଷଦ ସଦସ୍ୟମାନେ ପୂର୍ବରୁ ୩,୫୩୦ ଟଙ୍କା ପାଉଥିବା ବେଳେ ଏବେ ୧୦,୦୦୦ ଟଙ୍କା ମାସିକ ପାରିତୋଷିକ ପାଇବେ ଏବଂ ସେମାନଙ୍କ ଦୈନିକ ଭତ୍ତା DA+SF ମଧ୍ୟ ୩୦୦ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିଭଳି ପଞ୍ଚାୟତ ସମିତି ଅଧ୍ୟକ୍ଷମାନେ ୩,୫୩୦ ଟଙ୍କା ପାଉଥିଲେ । ଏବେ ୧୫,୦୦୦ ଟଙ୍କା ପାଇବେ । ପଞ୍ଚାୟତ ସମିତି ଉପାଧ୍ୟକ୍ଷମାନେ ପୂର୍ବରୁ ପାରିତୋଷିକ ୨,୩୫୦ ଟଙ୍କା ପାଉଥିଲେ । ଏବେ ୭,୫୦୦ ଟଙ୍କା ପାଇବେ । ପଞ୍ଚାୟତ ସମିତି ସଦସ୍ୟମାନେ ପୂର୍ବରୁ ୨,୩୫୦ ଟଙ୍କା ପାଉଥିଲେ । ଏବେ ୭,୫୦୦ ଟଙ୍କା ପାଇବେ । ସେହିଭଳି ସରପଞ୍ଚମାନେ ପୂର୍ବରୁ ୨,୩୫୦ ଟଙ୍କା ପାଉଥିବା ବେଳେ ଏବେ ୧୦,୦୦୦ ଟଙ୍କା ପାଇବେ । ନାଏବ ସରପଞ୍ଚମାନେ ପୂର୍ବରୁ ୯୪୦ ଟଙ୍କା ପାଉଥିବା ବେଳେ ଏବେ ୪,୦୦୦ ଟଙ୍କା ପାଇବେ । ପଞ୍ଚାୟତ ସମିତି ଅଧ୍ୟକ୍ଷ, ଉପାଧକ୍ଷ, ପଞ୍ଚାୟତ ସମିତି ସଭ୍ୟ, ସରପଞ୍ଚ ନାଏବ ସରପଞ୍ଚ ଏବଂ ୱାର୍ଡମେମ୍ବର ମାନଙ୍କର ଦୈନିକ ଭତ୍ତା DA+SF ୨୪୦ ଟଙ୍କାରୁ ୪୮୦ ଟଙ୍କାକୁ ବୃଦ୍ଧି କରାଯାଇଛି । ସୂଚନାଯୋଗ୍ୟ ଯେ ପୂର୍ବରୁ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ବାବଦରେ ୭୯.୮୮ କୋଟି ଟଙ୍କା ଖର୍ଚ୍ଚ ହୋଉଥିଲା । ବର୍ଦ୍ଧିତ ରାଶି ଅନୁଯାୟୀ ଏବେ ୨୪୨.୫୬ କୋଟି ଟଙ୍କା ଖର୍ଚ୍ଚ ହେବ । ରାଜ୍ୟ ସରକାର ଏଥିପାଇଁ ୧୬୨.୬୮ କୋଟି ଟଙ୍କା ଅତିରିକ୍ତ ଖର୍ଚ୍ଚ ବହନ କରିବେ । ଏହା ବ୍ୟତୀତ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପଦବୀରେ ଥିବା ସମୟରେ ବିୟୋଗ ଘଟିଲେ ଅନୁକମ୍ପମୂଳକ ସହାୟତା ରାଶି ବାବଦରେ ୨ ଲକ୍ଷ ଟଙ୍କା ମିଳିବ । ଏହା ସହିତ ଦୂର୍ଘଟଣାଜନିତ ପୂର୍ଣ୍ଣ ଅକ୍ଷମତା କ୍ଷେତ୍ରରେ (Irrecoverable Loss of both eyes, hands and feet)) ୨ ଲକ୍ଷ ଟଙ୍କା ସହାୟତା ଦିଆଯିବ । ସେହିପରି ଆଂଶିକ ଅକ୍ଷମତା କ୍ଷେତ୍ରରେ (Irrecoverable Loss of one eye, one hand or one leg) ୧ ଲକ୍ଷ ଟଙ୍କା ସହାୟତା ଦିଆଯିବ ।

Leave A Reply

Your email address will not be published.

thirteen + five =