csstore

ତୁଷୁରା କ୍ଲଷ୍ଟରର ସପ୍ତମ ମାସିକ ବୈଠକ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ ଅନ୍ତର୍ଗତ ତୁଷୁରା କ୍ଲଷ୍ଟରର ସପ୍ତମ ମାସିକ ବୈଠକ ମହୀପୁର ଆଶ୍ରମ ବିଦ୍ୟାଳୟ ପରିସରରେ ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ ରୁଷିଆ ମେହେର ଯୋଗ ଦେଇ ଶିଶୁମାନଙ୍କର ସର୍ବାଙ୍ଗୀନ ବିକାଶ ନିମନ୍ତେ ଶିକ୍ଷକମାନେ ସମର୍ପିତ ଭାବେ କାର୍ଯ୍ୟ କରିବାକୁ ଆହ୍ୱାନ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ଏବିଇଓ ବିପିନ ବାଗ ଯୋଗ ଦେଇଥିଲେ । ସିଆର୍‌ସିସି ଜଗମୋହନ ତ୍ରିପାଠୀ ବିଶିଷ୍ଟ ଅତିଥି ଭାବେ ଯୋଗ ଦେଇ ଡିସେମ୍ବର ମାସର ଏଜେଣ୍ଡା ଉପରେ ଆଲୋଚନା କରିଥିଲେ । ଏଥିରେ ପ୍ରଧାନ ଶିକ୍ଷକ ଭକ୍ତଚରଣ ଦାଶ, ହେମନ୍ତ କୁମାର ଦାଶ, ଦୁତିଆ ସେଠ, ମନ୍ମଥ ରାଜହଂସ, ଚନ୍ଦ୍ରଧ୍ୱଜ ମେହେର, ପ୍ରଧାନ ଶିକ୍ଷୟିତ୍ରୀ ସଂଯୁକ୍ତା ପ୍ରଧାନ, ଗୀତାଞ୍ଜଳି ପ୍ରଧାନ, ଏଫ୍‌ଏଲ୍‌ଏନ୍ ଶିକ୍ଷକ ତହସିଲ ଭୋଇ ଏବଂ ଶିକ୍ଷୟିତ୍ରୀ ପ୍ରଶାନ୍ତି ଦାସ, ମିଲି ପୁରୋହିତ, ଗିରିଜା ଦୀପ ଓ ନିଲିମା ସାହୁ ଯୋଗ ଦେଇ ଆଲୋଚନାରେ ସକ୍ରୀୟ ଅଂଶ ଗ୍ରହଣ କରିଥିଲେ । ସ୍ଥାନୀୟ ବିଦ୍ୟାଳୟର ଛାତ୍ରୀମାନେ ପ୍ରାରମ୍ଭିକ ସଂଗୀତ ପରିବେଷଣ କରିଥିଲେ ଓ ଶିକ୍ଷକ ପୁରନ ମେହେର ଧନ୍ୟବାଦ ଅର୍ପଣ କରିଥିଲେ ।

jayashree
Leave A Reply

Your email address will not be published.