ମୁରିବାହାଲ ବ୍ଲକସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଭାଗୃହଠାରେ ସୋମବାର ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଡିଓ ବାସନ୍ତୀ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବ୍ଲକସ୍ତରୀୟ ସାଧାରଣତନ୍ତ୍ର ଦିବସକୁ ମହାଆଡମ୍ବର ସହକାରେ ପାଳନ ପାଇଁ ବିସ୍ତୃତ ଆଲୋଚନା କରାଯାଇଥିଲା । ନିଜ ନିଜ କାର୍ଯ୍ୟାଳୟରେ ଜାତୀୟ ପତାକା ଉତ୍ତୋଳନ କରି ସାରିବା ପରେ ପଞ୍ଚାୟତ ହାଇସ୍କୁଲ ଖେଳ ପଡ଼ିଆଠାରେ ବ୍ଲକସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ କରାଯିବା ପାଇଁ ନିଷ୍ପତି ନିଆଯାଇଥିଲା । ଏହି ଉପଲକ୍ଷେ ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗିଙ୍କୁ ପୁରସ୍କୃତ କରାଯିବା ସହ ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯିବା ପାଇଁ ନିଷ୍ପତ୍ତି ହୋଇଥିଲା । ଏହି ପ୍ରସ୍ତୁତି ବୈଠକରେ ସାଂସଦ ପ୍ରତିନିଧି ଶ୍ରୀବତ୍ସ ବେହେରା, ଅତିରିକ୍ତ ତହସିଲଦାର ହେମନ୍ତ କୁମ୍ଭାର, ଅର୍ଥ ଅଧିକାରୀ ଘେନୁରାମ ତାଣ୍ଡି, ସିଡିପିଓ ପୂର୍ଣ୍ଣିମା ବୈଠାରୁ, ପୁଲିସ ସବ୍ ଇନ୍ସପେକ୍ଟର ପଙ୍କଜିନି ବାଗ, ଫରେଷ୍ଟର ସତ୍ୟମ୍ ମହାନ୍ତି, କନିଷ୍ଠ କୃଷି ଅଧିକାରୀ ଅବିନାଶ ପାଣିଗ୍ରାହୀ, ଏବିଇଓ କାନ୍ତାରାମ ଧରୁଆ, ସମାଜସେବୀ ଅଗସ୍ତି ବଘାରଙ୍କ ସହ ବିଭିନ୍ନ ବିଭାଗୀୟ ଅଧିକାରୀ ତଥା ବ୍ଲକର ସମସ୍ତ ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ବିଏସ‌ଏସ‌ଓ ରିଙ୍କୁ ମେହେର ସଭା ସଂଯୋଜନା କରିଥିବା ବେଳେ ବିପିଏମ ଡ. ଗୋପାଳକୃଷ୍ଣ ଦୀପ ଧନ୍ୟବାଦ ଦେଇଥିଲେ ।

Leave A Reply

Your email address will not be published.