ଉପଖଣ୍ଡ କ୍ରୀଡା ସଂଘ କପ : ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ ଆୟୋଜନ ନିମନ୍ତେ ପ୍ରସ୍ତୁତି ବୈଠକ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂଘ ଆନୁକୂଲ୍ୟରେ ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ -୨୦୨୬ ଆୟୋଜନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ସଂଘର ସଭାପତି ତଥା ଉପଜିଲ୍ଲାପାଳ ପ୍ରଣୀତା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସଂଘର ଉପସଭାପତି ସତ୍ୟ ନାରାୟଣ ପାଢ଼ୀ, ଉପଦେଷ୍ଟା ଶେଖ ସାଦିକ, ଦେବବ୍ରତ ସିଂଦେଓ, ସୁରେନ୍ଦ୍ର କୁମାର ପାତ୍ର, ସାଧାରଣ ସମ୍ପାଦକ ଡ଼. ସୁଶାନ୍ତ କୁମାର ଦାସ, ଯୁଗ୍ମ ସମ୍ପାଦକ ମାନସ ରଞ୍ଜନ ଆଚାର୍ଯ୍ୟ ଓ କୋଷାଧ୍ୟକ୍ଷ ରଞ୍ଜିତ କୁମାର ମହାନ୍ତିଙ୍କ ସମେତ ସମସ୍ତ ସଦସ୍ୟଙ୍କ ଉପସ୍ଥିତରେ ଆଗାମୀ ଫେବୃଆରୀ ୪ ତାରିଖରୁ ୧୧ ତାରିଖ ପର୍ଯ୍ୟନ୍ତ ଉପଖଣ୍ଡ କ୍ରୀଡା ସଂଘ କପର ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସରରେ ଆୟୋଜନ କରିବା ପାଇଁ ସର୍ବ ସମ୍ମତି କ୍ରମେ ସ୍ଥିର କରାଯାଇଥିଲା । ଏଥିରେ ରାଜ୍ୟର ବଛାବଛା ଫୁଟବଲ ଟିମ ମଧ୍ୟରେ ସମ୍ବଲପୁର ଏଫ୍‌ସି, ଡାଇମଣ୍ଡ କ୍ଲବ ଖୋର୍ଦ୍ଧା, ଦୋସ୍ତି ବ୍ରଦର ସୁନ୍ଦରଗଡ଼, ପପୁଲାର କ୍ଲବ- ଢେଙ୍କାନାଳ, ୟୁଏସସି ଟିମ – ବରଗଡ଼, ଏଫପିଏସଏ ଟିମ – ଜଟଣୀ, ଜଗା ୟୁନାଇଟେଡ଼- ଭୁବନେଶ୍ୱର, ଜେ.ଡି. କ୍ଲବ-ଫୁଲବାଣୀ ଭଳି ବିଭିନ୍ନ ଦଳ ଅଂଶ ଗ୍ରହଣ କରିବାକୁ ସମ୍ମତି ପ୍ରଦାନ କରିଛନ୍ତି । ସେଥିମଧ୍ୟରେ ୧୦ ତାରିଖ ଦିନ ସବୁଠାରୁ ବିଶେଷ ଆକର୍ଷଣ ମହିଳା ଫୁଟବଲ ମ୍ୟାଚ ବରଗଡ଼ ସହ ଭୁବନେଶ୍ୱର ମଧ୍ୟରେ ଆୟୋଜିତ ହେବ । ୧୧ ତାରିଖ ଫାଇନାଲ ତଥା ଉଦଯାପନୀ ଉତ୍ସବରେ ରାଜ୍ୟର ବହୁ ଗଣ୍ୟମାନ୍ୟ ଜନ ପ୍ରତିନିଧି ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ପ୍ରତିଦିନର ମ୍ୟାଚ୍‌ ଅପରାହ୍ନ ୨ଟା ୩୦ମି.ରେ ଆରମ୍ଭ ହେବାକୁ ଥିବାବେଳେ ସେମିଫାଇନାଲ ଓ ଫାଇନାଲ ମ୍ୟାଚ୍‌ ଅପରାହ୍ନ ୨ଘଣ୍ଟାରେ ଆରମ୍ଭ କରାଯିବା ପାଇଁ ଏହି ବୈଠକରେ ଆଲୋଚନା କରାଯାଇଥିଲା । ଏହି ପ୍ରସ୍ତୁତି ବୈଠକରେ ଅନ୍ୟ ସଦସ୍ୟ ମାନଙ୍କ ମଧ୍ୟରେ କ୍ରୀଡା ସମ୍ପାଦକ ଶିବାନନ୍ଦ ପଟ୍ଟନାୟକ, ଏ. ଶ୍ରୀନିବାସ ଦୋରା, କ୍ରୀଡା ଆୟୋଜକ ଉପଦେଷ୍ଟା ମଣ୍ଡଳୀର ସମସ୍ତ ସଦସ୍ୟ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିବା ସହ ନିଜ ନିଜର ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ ।

Leave A Reply

Your email address will not be published.