
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି), ଗଞ୍ଜାମ ମହାବିଦ୍ୟାଳୟ ପକ୍ଷରୁ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପରିଷଦର ବିଭିନ୍ନ କାର୍ଯ୍ୟକର୍ତ୍ତା ଓ ଛାତ୍ରଛାତ୍ରୀ ଉପସ୍ଥିତ ରହି ସାଙ୍ଗଠନିକ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିଥିଲେ । ବୈଠକକୁ ଶିଶିର କୁମାର ପ୍ରଧାନ ସଂଯୋଜନା କରିଥିଲେ । ଏଥିରେ ମହାବିଦ୍ୟାଳୟରେ ସଂଗଠନକୁ ଅଧିକ ସୁଦୃଢ଼ କରିବା ସହ ଛାତ୍ରଛାତ୍ରୀଙ୍କୁ ସାମାଜିକ ଓ ରାଷ୍ଟ୍ରୀୟ କାର୍ଯ୍ୟଧାରା ସହ ଯୋଡ଼ିବା ନେଇ ଆଲୋଚନା ହୋଇଥିଲା । ବୈଠକରେ ମୁଖ୍ୟତଃ ସଦସ୍ୟତା ଅଭିଯାନ, ମହାବିଦ୍ୟାଳୟରେ ଶାଖା ଗଠନ ଏବଂ ତ୍ରିରଙ୍ଗା ଯାତ୍ରା ଅଭିଯାନ ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା । ଆଗାମୀ ଦିନରେ ଏହି ସମସ୍ତ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ କାର୍ଯ୍ୟକର୍ତ୍ତାମାନେ ଏକଜୁଟ ହୋଇ କାର୍ଯ୍ୟ କରିବାକୁ ମତ ପ୍ରକାଶ କରିଥିଲେ । ବୈଠକ ଶେଷରେ ଛାତ୍ର ସମାଜ ମଧ୍ୟରେ ସଂଗଠନର କାର୍ଯ୍ୟକଳାପକୁ ଅଧିକ ବ୍ୟାପକ କରିବା ସହ ଆଗାମୀ କାର୍ଯ୍ୟକ୍ରମଗୁଡ଼ିକୁ ସଫଳତାର ସହ ଆୟୋଜନ କରିବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା ।