jayashree

ପଣ୍ଡରାପାଲିରେ ଗଜବନ୍ଧ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ କ୍ଲଷ୍ଟର ଅନ୍ତର୍ଗତ ପଣ୍ଡରାପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଅମର ତାଣ୍ଡିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ନରେନ୍ଦ୍ର ପୁରୋହିତ ସଂଯୋଜନା କରିଥିଲେ । ନଅଟି ବିଦ୍ୟାଳୟରୁ ୧୬ ଜଣ ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ ଓ ଏଫ୍‌ଏଲ୍‌ଏନ୍‌ ଶିକ୍ଷକ ଶିକ୍ଷୟିତ୍ରୀ ଅଂଶଗ୍ରହଣ କରିଥିଲେ । ମୁଖ୍ୟ ଅତିଥିଭାବେ ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ କଏଁଟୁ ଡାଙ୍ଗ ଯୋଗଦେଇ ଦୀପ ପ୍ରଜ୍ୱଳନ ପୂର୍ବକ ଉଦଘାଟନ କରିଥିଲେ । ଚଳିତ ସେପ୍ଟେମ୍ବର ମାସର ଶିଶୁବାଟିକା, ପ୍ରଥମ, ଦ୍ଵିତୀୟ, ତୃତୀୟ ଶ୍ରେଣୀ ପାଇଁ ଶୈକ୍ଷିକ କ୍ୟାଲେଣ୍ଡର, ନମୁନା ପାଠ୍ୟ ଯୋଜନା, ଆଦର୍ଶ ପାଠ ଟୀକା ଓ ଶିକ୍ଷକ ଗତିବିଧି ଯୋଜନା, ମୌଳିକ ଭାଷା ଓ ସଂଖ୍ୟା ଜ୍ଞାନର ବହୁ ଶ୍ରେଣୀ ଶିକ୍ଷଣ ପରିଚାଳନା, ଚତୁର୍ଥ ଓ ପଞ୍ଚମ ଶ୍ରେଣୀର ଗଣିତ ଶିକ୍ଷାଦାନ କୌଶଳ, ସ୍ଥାନୀୟ ବିଦ୍ୟାଳୟ ର ଅଭିନବ କାର୍ଯ୍ୟ, ଶିଶୁବାଟିକା କାର୍ଯ୍ୟପୁସ୍ତିକା ଓ ଶିକ୍ଷକ ସହାୟକ ପୁସ୍ତିକା, ପ୍ରଗତି ପତ୍ର, ନୂତନ ମୂଲ୍ୟାୟନ ରୂପରେଖ, ପିଏମ୍‌ଇ ବିଦ୍ୟା ଚାନେଲ, ଦୀକ୍ଷା ତାଲିମ, ଗ୍ୟାଲେରୀ ୱାକ ବିଷୟରେ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା ହୋଇଥିଲା । ଗଜବନ୍ଧ କ୍ଲଷ୍ଟରର ସିଆର୍‌ଜି ନିତାଇ ମଟାରୀ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ଶିକ୍ଷକ ନନ୍ଦକିଶୋର ବିଶି, ତୁଳସୀରାମ ଭୋଇ, ହାରାଧନ ରଣା, ବିଶ୍ଵଦେବ ବେରିଆ, ଦିବାକର ବଢ଼େଇ, ଅଜୟ ପଧାନ, ପୂର୍ଣ୍ଣଚନ୍ଦ୍ର ବଢ଼େଇ, ପ୍ରଶାନ୍ତ ଜ୍ୟୋତି ପଧାନ, ଶିକ୍ଷୟିତ୍ରୀ କୁମୁଦିନୀ ମହାନନ୍ଦ, ଲଳିତା ଭୁଏ ସହଯୋଗ କରିଥିଲେ । ଶେଷରେ ଶିକ୍ଷକ ଅଜୟ କୁମାର ପଧାନ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.