କାଇଁଚପୁରରେ ଆମ ପୋଲିସ ସମିତି ବୈଠକ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଥାନା ପକ୍ଷରୁ ଆମ ପୋଲିସ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଶୁଭେନ୍ଦୁ କୁମାର ସାହୁଙ୍କ ଅଧକ୍ଷତାରେ ଅନୁଷ୍ଠିତ ବୈଠକରେ ସ୍ଥାନୀୟ ସରପଞ୍ଚ ଜି. ସନ୍ତୋଷ ରେଡ୍ଡୀ ଯୋଗ ଦେଇ ଗଞ୍ଜାମ ଥାନା ପୋଲିସର କାର୍ଯ୍ୟଶୈଳୀକୁ ଉଚ୍ଚ ପ୍ରଶଂସା କରିଥିଲେ । ନୂଆ ଥାନା ଅଧିକରୀ ଦାୟିତ୍ୱ ଗ୍ରହଣ କରିବା ଦିନଠାରୁ ସ୍ଥାନୀୟ ଇଲାକାରେ ଆଇନ ଶୃଙ୍ଖଳା ପରିସ୍ଥିତିରେ ସୁଧାର ଆସିଥିବା ମତପ୍ରକାଶ ପାଇଥିଲା । ଆଗାମୀ ଦିନରେ ହେବାକୁ ଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ କିପରି ସ୍ୱଚ୍ଛ, ନିରପେକ୍ଷ ଓ ଶାନ୍ତି ଶୃଙ୍ଖଳାର ସହ ହୋଇପାରିବ ସେ ସମ୍ବନ୍ଧରେ ପଞ୍ଚାୟତର ବିଭିନ୍ନ ଗ୍ରାମରୁ ଆସିଥିବା ଭଦ୍ରବ୍ୟକ୍ତିମାନଙ୍କ ସହ ଆଲୋଚନା କରିଥିଲେ । ଏସଆଇ ନାରାୟଣ କହ୍ନର, ସେକେଣ୍ଡ ଅଫିସର ଅଜିତ କୁମାର ପରିଡାଙ୍କ ସହ ଅନ୍ୟମାନେ ଉପସ୍ଥିତ ରହିଥିଲେ ।

Leave A Reply

Your email address will not be published.