
ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବାଳାଙ୍ଗୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକର ପ୍ରଧାନ ଶିକ୍ଷକମାନଙ୍କ ମାସିକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ସମସ୍ତ ପ୍ରଧାନ ଶିକ୍ଷକମାନଙ୍କୁ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ଅନୁଜା ମାଧୁରୀ ଦାସ ସ୍ୱାଗତ କରିବା ପରେ ବୈଠକରେ ବିଦ୍ୟାଳୟଗୁଡ଼ିକର ଶୈକ୍ଷିକ ବିକାଶ, ଦଶମ ଶ୍ରେଣୀ ପରୀକ୍ଷା ଫଳାଫଳର ଉନ୍ନତି, ‘ଏଲ୍ଇପି ଉତ୍କର୍ଷ’, ‘ସ୍କୁଲ ଏକ୍ସିଲେନ୍ସ ପ୍ରୋଗ୍ରାମ’, ୟୁଡାଇସ ତଥ୍ୟ ଅପଡେସନ୍, ବିଦ୍ୟାଳୟ ସୁରକ୍ଷା ଏବଂ ମୁକ୍ତ ବିଦ୍ୟାଳୟ ନାମଲେଖା ଭଳି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ଓ ସମୀକ୍ଷା କରାଯାଇଥିଲା । ଏହି ବୈଠକରେ ମୋଟ ୩୨ ଜଣ ପ୍ରଧାନ ଶିକ୍ଷକ/ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ । ବୈଠକର ଶେଷରେ ଆୟୋଜକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଜୟ କୁମାର ସେଠୀ ଉପସ୍ଥିତ ସମସ୍ତ ପ୍ରଧାନ ଶିକ୍ଷକ ଓ ଅଧିକାରୀମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।