pakka

ଜଳ ସମ୍ପଦ ଓ ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ

kalikesh

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଆସନ୍ତା ୨୦୨୩ ମାର୍ଚ୍ଚ ମାସ ସୁଦ୍ଧା ବିଜେପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପର କାର୍ଯ୍ୟଶେଷ ହେବ ବୋଲି ଆଜି ବରଗଡ଼ ଜିଲ୍ଲା ଗସ୍ତରେ ଆସିଥିବା ଜଳ ସମ୍ପଦ, ସୂଚନା ଓ ଲୋକ ସମ୍ପର୍କ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାଶ କହିଛନ୍ତି । ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଆୟୋଜିତ ସମୀକ୍ଷା ବୈଠକରେ ଯୋଗ ଦେଇ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପର କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ତଦାରଖ କରିଥିଲେ । ଜିଲ୍ଲା ପ୍ରଶାସନ ଏବଂ ବିଭାଗୀୟ ଅଧିକାରୀମାନଙ୍କ ସହ ଆଲୋଚନା କରି ପ୍ରକଳ୍ପ କାର୍ଯ୍ୟ ଠିକ୍ ଭାବରେ ଆଗେଇ ଚାଲିଥିବା ଯାହା କି ନିର୍ଦ୍ଧାରିତ ସମୟରେ ଶେଷ ହେବ ବୋଲି କହିଥିଲେ । ଏଥିରେ ଆଉ ୫ ହଜାର ୬ ଶହ ହେକ୍ଟର ଚାଷ ଜମିକୁ ଜଳ ସେଚନ ପାଇଁ ସାମିଲ୍ କରାଯାଇଥିବା ସେ କହିଥିଲେ । ଏହା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱପ୍ନର ଯୋଜନା ଯେଉଁଥିରେ କି ବିଜେପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୪ଟି ବ୍ଲକର ୩୧ ହଜାର ୩୫୦ ହେକ୍ଟର ଜମିରେ ଜଳ ସେଚନ ପାଇଁ ଚାଷୀ ସୁବିଧା ପାଇବେ । ଏବେ ପୁଣି ୫ ହଜାର ୬ ଶହ ହେକ୍ଟର ସାମିଲ କରାଯାଇଛି ଏବଂ ନିର୍ଦ୍ଧାରିତ ସମୟ ମଧ୍ୟରେ ଏହି ପ୍ରକଳ୍ପରୁ ଚାଷୀ ଜଳ ସେଚନର ସୁବିଧା ପାଇବେ ବୋଲି ମନ୍ତ୍ରୀ ଶ୍ରୀ ଦାଶ ସାମ୍ବାଦିକମାନଙ୍କୁ କହିଥିଲେ । ସମୀକ୍ଷା ବୈଠକରେ ବିଜେପୁର ବିଧାୟିକା ରୀତା ସାହୁ, ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ଜିଲ୍ଲାପାଳ ମୋନୀଷା ବାନାର୍ଜୀ, ଅତିରିକ୍ତ ଜିଲ୍ଲାପାଳ ମିର୍ଦ୍ଧା ଟପ୍ପୋ, ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ କୃତିବାସ ରାଉତ ଜିଲ୍ଲା ପ୍ରଶାସନର ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ ।

pp
Leave A Reply

Your email address will not be published.

5 − two =