ଜିଲ୍ଲା କ୍ରୀଡା ସଂସଦର କାର୍ଯ୍ୟକାରୀ କମିଟି ବୈଠକ ଅନୁଷ୍ଠିତ

  • ନୂତନ ବରଗଡ ଜିଲ୍ଲା ଷ୍ଟାଡିୟମ୍ ନିର୍ମାଣ ଉପରେ ଆଲୋଚନା
  • ଆଜୀବନ ସଦସ୍ୟ ତଥା ପୂର୍ବତନ ମନ୍ତ୍ରୀ ରୀପୁନାଥ ସେଠଙ୍କୁ ଶ୍ରଦ୍ଧାଞ୍ଜଳି

ବରଗଡ, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ ଜିଲ୍ଲା କ୍ରୀଡା ସଂସଦର କାର୍ଯ୍ୟକାରୀ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ସଂଘର ସାଧାରଣ ସମ୍ପାଦକ କିଶୋର କୁମାର ମିଶ୍ରଙ୍କ ପୌରାହିତ୍ୟରେ ଅନୁଷ୍ଠିତ ହୋଇଥିଲା । ପ୍ରଥମେ ଜିଲ୍ଲା କ୍ରୀଡା ସଂସଦର ଆଜୀବନ ସଦସ୍ୟ ତଥା ପୂର୍ବତନ ମନ୍ତ୍ରୀ ରିପୁନାଥ ସେଠ୍‌ଙ୍କୁ ଦୁଇ ମିନିଟ ନୀରବ ପ୍ରାର୍ଥନା ସହ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା । ଏହି ବୈଠକରେ ବରଗଡ ସହର ନିକଟରେ ନୂତନ ଭାବରେ ହେବାକୁ ଥିବା ଜିଲ୍ଲା ଷ୍ଟାଡିୟମ୍‌ର ନିର୍ମାଣ ଉପରେ ଆଲୋଚନା ହୋଇଥିଲା । ଖୁବଶୀଘ୍ର ଜମି ଅଧିଗ୍ରହଣ କରାଯିବ ଏବଂ ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯିବ ବୋଲି ଆଲୋଚନା ହୋଇଥିଲା । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ କ୍ରୀଡା ସମ୍ପାଦକ ହରଦିପ ସିଂ, କୋଷାଧ୍ୟକ୍ଷ ଶୁଭ୍ରାଂଶୁ ଶେଖର ମହାପାତ୍ର, ଇନ୍‌ ଡୋର ଗେମ୍ସ ସମ୍ପାଦକ ରବି ପଣ୍ଡା, କ୍ରିକେଟ ସମ୍ପାଦକ ଅମିୟ ଭୂଷଣ ସାହୁ, ଫୁଟବଲ ସମ୍ପାଦକ ସେକ ସବଦର୍, ଆଉଟ୍ ଡୋର ଗେମ୍ସ ସମ୍ପାଦକ ସୁରେଶ ଦାଶ, କାଉନସିଲ୍ ସଦସ୍ୟ ମହେନ୍ଦ୍ର ଦାଶ ଓ ରଜତ ଦାଶ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।

Leave A Reply

Your email address will not be published.