ଶ୍ରୀମନ୍ଦିର ପରିଚାଳନା କମିଟିର ବୈଠକ ଅନୁଷ୍ଠିତ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର କାର୍ୟ୍ୟାଳୟରେ ମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍‌ଷ୍ଠିତ ହୋଇଯାଇଛି । ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲାପାଳ, ଏସ୍‌ପିଙ୍କ ସମେତ ବିଭିନ୍ନ ସେବାୟତ ପ୍ରତିନିଧି ଓ ଅନ୍ୟାନ୍ୟ ସଦସ୍ୟ ଉପସ୍ଥିତ ଅଛନ୍ତି । ପରିଚାଳନା କମିଟି ବୈଠକରେ ସ୍ନାନଯାତ୍ରା ଓ ରଥଯାତ୍ରା ନେଇ ନୀତି ନିର୍ଘଣ୍ଟ କରାଯିବ । ଏଥିସହ ରଥଯାତ୍ରାକୁ କିଭଳି ଶୃଙ୍ଖଳିତ ଭାବେ ସମାପନ କରାଯିବ ସେନେଇ ମଧ୍ୟ ଆଲୋଚନା କରାଯିବ । ଏହାଛଡ଼ା ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ବୈଠକରେ ଆଲୋଚନା ହେବ ।

Leave A Reply

Your email address will not be published.