ଜିଲ୍ଲା ବିପର୍ଯ୍ୟୟ ପରିଚାଳନା ପ୍ରସ୍ତୁତି ବୈଠକ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଗତକାଲି ଜିଲ୍ଲା ବିପର୍ଯ୍ୟୟ ପରିଚାଳନାର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ମନୀଷା ବାନାର୍ଜୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲ୍ଲାର ସମସ୍ତ ଅଧିକାରୀଙ୍କ ଉପସ୍ଥିତିରେ ‘ଟେବୁଲ ଟପ’ ପରିଚାଳନା ପ୍ରସ୍ତୁତି ପାଇଁ ଆଲୋଚନା ହୋଇଥିଲା । ଏଥିରେ ବନ୍ୟା, ବାତ୍ୟା, ବିପର୍ଯ୍ୟୟ ତଥା ଆପାତକାଳୀନ ପରିସ୍ଥିତିରେ ପ୍ରଶାସନ ପକ୍ଷରୁ ଉଚିତ୍‌ ମୁକାବିଲା ନିମିତ୍ତ ସମସ୍ତ ଅଧିକାରୀ, କର୍ମଚାରୀ ପ୍ରସ୍ତୁତ ରହିବାକୁ ସେ ପରାମର୍ଶ ଦେଇଥିଲେ । ସେହିପରି ଏହି ସମୟରେ ସମସ୍ତ ବିଭାଗ ନିଜ ନିଜ ମଧ୍ୟରେ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବାକୁ କହିଥିଲେ । ଏହି ସମୟରେ ଜନସାଧାରଣଙ୍କୁ ସୁରକ୍ଷା ଦେବା ସହ ତାଙ୍କ ଧନଜୀବନକୁ କିପରି ରକ୍ଷା କରାଯାଇ ପାରିବ ସେଥିପ୍ରତି ଦୃଷ୍ଟି ଦେବାକୁ ପରାମର୍ଶ ଦେଇଥିଲେ । ବୈଠକରେ ଅତିରିକ୍ତ ଜିଲ୍ଲାପାଳ ମିର୍ଦ୍ଧା ଟପ୍ପୋ ସହ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।

Leave A Reply

Your email address will not be published.