pakka

ଜିଲ୍ଲା ପରିଷଦ ଷ୍ଟାଣ୍ଡିଂ କମିଟିର ବୈଠକ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ପରିଷଦ ଷ୍ଟାଣ୍ଡିଂ କମିଟିର ଏ’ର ବୈଠକ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ସଂସ୍ଥାର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା । ଏଥିରେ ପରିଷଦର ଅଧ୍ୟକ୍ଷା ମାମିନୀ ଭୋଇଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା । ପ୍ରାରମ୍ଭରେ ଅଧ୍ୟକ୍ଷା ସମସ୍ତ ଉପସ୍ଥିତ ଅଧିକାରୀମାନଙ୍କୁ ସ୍ୱାଗତ କରିବା ସହ ଉପାଧ୍ୟକ୍ଷ ମଦନ ଲୁହା ସଭା ପରିଚାଳନା କରିଥିଲେ । ଏଥିରେ ରାଜ୍ୟ ସରକାରଙ୍କ ପ୍ରଦତ୍ତ ବିଭିନ୍ନ ଅନୁଦାନର ସୁ ବିନିଯୋଗ ଉପରେ ଆଲୋକପାତ କରିଥିଲେ । ସେହିପରି ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ୨୬ ଟି ରାସ୍ତା, ମୁଖ୍ୟମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ୬ଟି ରାସ୍ତା ଅନୁମୋଦନ ହୋଇ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ କାର୍ଯ୍ୟକାରୀ ହେବାକୁ ଯାଉଛି ବୋଲି ସୂଚନା ଦେଇଥିଲେ । ଜିଲ୍ଲାରେ ବର୍ତ୍ତମାନ ୪ଟି ପୋଲ କାର୍ଯ୍ୟ ଚାଲିଥିଲା ବେଳେ ୬ଟି ରାଜ୍ୟ ସରକାରଙ୍କ ଅନୁମୋଦନ ଲାଭ କରିଛି ବୋଲି କହିଥିଲେ । ସେହିପରି ଜିଏସଟି, ଓରମାସରେ କାର୍ଯ୍ୟ ଉପରେ ଆଲୋଚନା ହୋଇଥିଲା । ଏଥିରେ ସମସ୍ତ ଅଧିକାରୀମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.

six + eleven =