pakka

ଜିଲ୍ଲା ଉନ୍ନୟନ ସମନ୍ୱୟ କମିଟି ବୈଠକ

bbehera

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲା ଉନ୍ନୟନ ସମନ୍ୱୟ ଓ ତଦାରଖ କମିଟିର ବୈଠକ ଅନୁଷ୍ଠିତ ହୋଇଯାଇଛି । ବରଗଡ଼ ସାଂସଦ ତଥା ଦିଶାର ଅଧ୍ୟକ୍ଷ ସୁରେଶ ପୂଜାରୀ ବୈଠକରେ ଅଧ୍ୟକ୍ଷତା କରିଥିଲେ । ଏଥିରେ ଜିଲ୍ଲାରେ ହୋଇଥିବା ବା ହେବାକୁ ଥିବା ବିଭିନ୍ନ ବିଭାଗର ଉନ୍ନୟନ କାର୍ଯ୍ୟ ଉପରେ ଆଲୋଚନା ହୋଇଥିଲା । ସେଥିମଧ୍ୟରେ ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା, ଦିନ ଦୟାଲ ଯୋଜନା, ଏନ୍‌ଆର୍‌ଜିଏ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଆଲୋଚନା କରିଥିଲେ । ସେହିପରି ଜିଲ୍ଲାରେ ଏକ ପୂର୍ଣ୍ଣ ଷ୍ଟାଡିୟମ, ପ୍ରତ୍ୟେକ ପଞ୍ଚାୟତରେ ଶିଶୁ ଉଦ୍ୟାନ ନିର୍ମାଣ ପାଇଁ ଚର୍ଚ୍ଚା ହୋଇଥିଲା । ସେହିଭଳି ଯୋଗାଣ ବିଭାଗ, ବିଦ୍ୟୁତ, ଗ୍ରାମ୍ୟ ଉନ୍ନୟନ, ମୃତ୍ତିକା ସଂରକ୍ଷଣ କାର୍ଯ୍ୟର ସମୀକ୍ଷା କରାଯାଇଥିଲା । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ବୟନଶିଳ୍ପ ଓ ହସ୍ତତନ୍ତ ମନ୍ତ୍ରୀ ରୀତା ସାହୁ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ, ଜିଲ୍ଲାପାଳ ତଥା କମିଟିର ମେମ୍ବର ସେକ୍ରେଟାରୀ ମୋନୀଷା ବାନାର୍ଜୀ, ବରଗଡ଼ ପୌରାଧ୍ୟକ୍ଷା କଳ୍ପନା ମାଝୀ ଓ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ । ପ୍ରାରମ୍ଭରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ କୃତିବାସ ରାଉତ ସ୍ୱାଗତ ଭାଷଣ ଦେଇଥିଲେ ଓ ଶେଷରେ ଧନ୍ୟବାଦ୍ ଅର୍ପଣ କରିଥିଲେ ।

Leave A Reply

Your email address will not be published.

20 + 18 =