csstore

ପଦ୍ମପୁର ଉପନିର୍ବାଚନ ପାଇଁ ସର୍ବଦଳୀୟ ବୈଠକ

ବରଗଡ଼, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପନିର୍ବାଚନ ପାଇଁ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆଜି ରାଜନୈତିକ ଦଳ ଓ ଗଣମାଧ୍ୟମ ପ୍ରତିନିଧି ମାନଙ୍କ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ମୋନୀଷା ବାନାର୍ଜୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଭିନ୍ନ ମିଡ଼ିଆ ସାର୍ଟିଫିକେସନ ଏବଂ ମନିଟରିପ୍ସ କମିଟିର କାର୍ଯ୍ୟାବଳୀ ତଥା ବିଭିନ୍ନ ରାଜନୈତିକ ଦଳର ନିର୍ବାଚନ ଖର୍ଚ୍ଚ ସମ୍ପର୍କରେ ଆଲୋଚନା ହୋଇଥିଲା । ଆଲୋଚନାରେ ଜିଲ୍ଲା ଏସ୍‌ପି ପର୍ମାର ସ୍ମିତ ପୁରୁଷୋତ୍ତମ ଦାଶ, ସିଇଓ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଆଦିତ୍ୟ ଗୋୟଲ, ଅତିରିକ୍ତ ଜିଲ୍ଲାପାଳ ମିର୍ଦ୍ଧା ଟପ୍ପୋ, କୃତିବାସ ରାଉତ ପଦ୍ମପୁର ଉପଜିଲ୍ଲାପାଳ ତଥା ନିର୍ବାଚନ ରିଟନିପ୍ସ ଅଧିକାରୀ ତ୍ରିଲୋଚନ ପାତ୍ର, ରାଜନୈତିକ ଦଳର ପ୍ରତିନିଧି ମାନଙ୍କ ମଧ୍ୟରେ ବିଜେଡି ପଦ୍ମଲୋଚନ ମଲ୍ଲିକ, ଭାଜପାର ପ୍ରୀତି ସିଂ, ସିପିଆଇର ଗୁଣନିଧି ମିଶ୍ର ପ୍ରମୁଖ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।

jayashree
Leave A Reply

Your email address will not be published.