pakka

ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ଭୋଟର ତାଲିକାର ସ୍ଵତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ସମ୍ପର୍କିତ ବୈଠକ

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ଭୋଟର ତାଲିକାର ସ୍ଵତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ସମ୍ପର୍କିତ ଏକ ବୈଠକ ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବଲାଙ୍ଗିର ଉପଜିଲ୍ଲାପାଳ କୁମାର ନାଗଭୂଷଣ, ସହକାରୀ ଜିଲ୍ଲାପାଳ ନିର୍ବାଚନ ଫାଲଗୁନୀ ଶବରଙ୍କ ସମେତ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିମାନେ ଉପସ୍ଥିତ ଥିଲେ । ବୈଠକରେ ବଲାଙ୍ଗିର ଜିଲ୍ଲାରେ ଚାଲିଥିବା ନୂତନ ଭୋଟର ପଞ୍ଜୀକରଣର ସ୍ଥିତି ଓ ଅଗ୍ରଗତି ସମ୍ପର୍କରେ ଆଲୋଚନା ହୋଇଥିଲା । ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଧରୁଆ ରାଜନୈତିକ ଦଳର ପ୍ରତିନିଧିଙ୍କୁ ଦାବୀ ଓ ଆପତ୍ତି ତାଲିକା ପ୍ରଦାନ କରିବା ସହ ଜିଲ୍ଲାରେ ଏକ ସୁସ୍ଥ ଭୋଟର ତାଲିକା ପ୍ରସ୍ତୁତିରେ ସହଯୋଗ କରିବା ନିମନ୍ତେ ଅନୁରୋଧ କରିଥିଲେ ।

jay balangir
Leave A Reply

Your email address will not be published.

4 × 4 =