jsm

ହକି ବିଶ୍ୱକପ ଟ୍ରଫିକୁ ସ୍ୱାଗତ ପାଇଁ ପ୍ରସ୍ତୁତି ବୈଠକ

csstore

ପୁରୀ : ଓଡ଼ିଶା ଆୟୋଜନ କରୁଛି ୨୦୨୩ ପୁରୁଷ ହକି ବିଶ୍ୱକପ । ଜାନୁଆରୀ ୧୩ରୁ ୨୯ ତାରିଖ ପର୍ଯ୍ୟନ୍ତ ଏହା ଅନୁଷ୍ଠିତ ହେବ । ୧୬ଟି ଦେଶର ପ୍ରତିଯୋଗୀ ଏହି ବିଶ୍ୱକପରେ ଅଂଶଗ୍ରହଣ କରିବେ । ହକିକୁ ଅଧିକ ଲୋକାଭିମୁଖୀ ତଥା ପ୍ରଚାର ପ୍ରସାର କରିବା ଲକ୍ଷ୍ୟରେ ଏହି ବିଶ୍ୱକପ ଟ୍ରଫି ସମଗ୍ର ରାଜ୍ୟ ପରିକ୍ରମା କରିବ । ପୁରୀ ଜିଲ୍ଲାକୁ ଚଳିତ ମାସ ୨୫ ତାରିଖ ସଂଧ୍ୟାରେ ଏହା ପହଞ୍ଚିବାର କାର୍ଯ୍ୟସୂଚୀ ରହିଛି । ଏହି ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ଟ୍ରଫିକୁ ଭବ୍ୟ ସ୍ୱାଗତ ସହ ଯେପରି ଏହା ସ୍ମରଣୀୟ ହୋଇ ରହିବ ସେଥିପାଇଁ ସମସ୍ତେ ପ୍ରୟାସ କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ । ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ପ୍ରଦୀପ କୁମାର ସାହୁ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇ ୨୬ ତାରିଖ ପ୍ରତ୍ୟୁଷରୁ ଦିଗବାରେଣୀ ବେଳାଭୂମିରେ ମନୋଜ୍ଞ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ଟ୍ରଫିକୁ ସ୍ୱାଗତ ଓ ଭବ୍ୟ ସମ୍ବର୍ଦ୍ଧନା ଦିଆଯିବ ବୋଲି କହିଥିଲେ । ଏଥିରେ ଜୁମ୍ବୋ ଡ଼୍ୟାନ୍ସ, ମାଲଖମ୍ବ, ବେଳାଭୂମି ମିନି ମାରାଥନ, ସଂଗୀତ ପରିବେଷଣ, ଘୋଡାନାଚ, ସିଗନେଚର କ୍ୟାମ୍ପେନ ଇତ୍ୟାଦି ବ୍ୟବସ୍ଥା କରାଯାଇଛି ବୋଲି କହିଥିଲେ । ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ଦିଲ୍ଲୀପ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ମହାପାତ୍ର, ଉପଜିଲ୍ଲାପାଳ ଭବତାରଣ ସାହୁ, ପୌର ନିର୍ବାହୀ ଅଧିକାରୀ ସରୋଜ କୁମାର ସ୍ୱାଇଁ, ପୂର୍ତ୍ତ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ଅଜିତ କୁମାର ମହାପାତ୍ର, ଡେପୁଟି କଲେକ୍ଟର ରାକେଶ ପଣ୍ଡା, ଆରଟିଓ ରବିନ ପଟ୍ଟନାୟକ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ଜିଲ୍ଲା ଆଥଲେଟିକ ଆସୋସିଏସନର ସମ୍ପାଦକ ରବି ଶଙ୍କର ପ୍ରତିହାରୀ, କୋଣାର୍କ ପର୍ଯ୍ୟଟନ ଅଧିକାରୀ ଅମୀୟ କୁମାର ସେଠୀ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

yuvodaya
Leave A Reply

Your email address will not be published.