centurian jitm

ଜିଲ୍ଲାସ୍ତରୀୟ ସ୍ଵାସ୍ଥ୍ୟ ସମୀକ୍ଷା ବୈଠକ ଅନୁଷ୍ଠିତ

nschool

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲି ସୁନୀଲ ନରୱଣେଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ସ୍ଵାସ୍ଥ୍ୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଏହି ଅବସରରେ ସ୍ଵାସ୍ଥ୍ୟ ବିଭାଗ ତରଫରୁ କାର୍ଯ୍ୟକାରୀ କରାଯାଉଥିବା ବିଭିନ୍ନ ସ୍ଵାସ୍ଥ୍ୟ କାର୍ଯ୍ୟକ୍ରମର ପୁଙ୍ଖାନୁପୁଙ୍ଖ ସମୀକ୍ଷା କରିଥିଲେ । ଗୋଟିଏ ବି ମାତୃମୃତ୍ୟୁକୁ ବରଦାସ୍ତ କରାଯିବ ନାହିଁ ବୋଲି ତାଗିଦ କରିବା ସହ ମାତୃମୃତ୍ୟୁକୁ ରୋକିବା ପାଇଁ ସ୍ଵତନ୍ତ୍ର ଯୋଜନା କରିବାକୁ ପରାମର୍ଶ ଦେଇଥିଲେ । ମାତୃମୃତ୍ୟୁ, ଶିଶୁ ମୃତ୍ୟୁ, ଟୀକାକରଣ, କୃମିନାଶନ ଦିବସ, ଅମ୍ଲାନ, ରାଷ୍ଟ୍ରୀୟ ବାଳ ସ୍ଵାସ୍ଥ୍ୟ କାର୍ଯ୍ୟକ୍ରମ ଆଦି ସ୍ଵାସ୍ଥ୍ୟ ସମ୍ପର୍କିତ ବିଷୟରେ ସୁବର୍ଣ୍ଣପୁର ଜିଲ୍ଲାର ସ୍ଥିତି ପରଖିବା ସହ ସ୍ଥିତିରେ ଉଲ୍ଲେଖନୀୟ ଉନ୍ନତି ଆଣିବାକୁ ଜିଲ୍ଲାପାଳ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ସମୀକ୍ଷା ବୈଠକରେ ସିଡିଓ ତଥା ଇଓ ନିହାର ରଂଜନ କହଁର, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ଵାସ୍ଥ୍ୟ ଅଧିକାରୀ ଡାକ୍ତର ବିଶ୍ଵରଂଜନ ପତି, ଅତିରିକ୍ତ ଜିଲ୍ଲା ଜନସ୍ଵାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ) ଡାକ୍ତର ଦୈତ୍ୟ ନାରାୟଣ ପାଢୀ, ଅତିରିକ୍ତ ଜିଲ୍ଲା ଜନସ୍ଵାସ୍ଥ୍ୟ ଅଧିକାରୀ (ରୋଗ ନିୟନ୍ତ୍ରଣ) ଡାକ୍ତର ରମେଶ ଚନ୍ଦ୍ର ସ୍ଵାଇଁ, ଅତିରିକ୍ତ ଜିଲ୍ଲା ଜନସ୍ଵାସ୍ଥ୍ୟ ଅଧିକାରୀ (ଯକ୍ଷ୍ମା) ଡାକ୍ତର ପଦ୍ମହଂସା ଦୋରା, ସର୍ଭିଲେନସ୍ ମେଡିକାଲ ଅଫିସର ଡାକ୍ତର ଅମରେନ୍ଦ୍ର ସାହୁ, ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଅଶ୍ଵିନୀ କୁମାର ଭୋଇ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଗଡତିଆ, ସହକାରୀ ଜିଲ୍ଲା ଜନସ୍ଵାସ୍ଥ୍ୟ ଯୋଗାଯୋଗ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ସାହୁ, ଡିପିଏମ ବିଶ୍ଵମ୍ଵର ବେହେରା, ବିଭିନ୍ନ ବ୍ଲକର ସ୍ଵାସ୍ଥ୍ୟ ଅଧିକାରୀ, ଜନସ୍ଵାସ୍ଥ୍ୟ ସଂପ୍ରସାରଣ ଅଧିକାରୀ, ବିପିଏମ, ଜାତୀୟ ସ୍ଵାସ୍ଥ୍ୟ ମିଶନର ପରିଚାଳକଗଣ, ମହିଳା ଓ ଶିଶୁ ବିକାଶ ବିଭାଗର କର୍ମଚାରୀ ବୃନ୍ଦ ବୈଠକରେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.