କେସିଙ୍ଗାରେ ଓଡିଶା ବନ୍ଦ ପ୍ରଭାବ : ସହରର ସମସ୍ତ ଦୋକାନ ବଜାର ସହ ବିଭିନ୍ନ କାର୍ଯ୍ୟାଳୟ ବନ୍ଦ

କେସିଙ୍ଗା : ବାଲେଶ୍ଵର ଫକୀରମୋହନ କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟଣାକୁ ନେଇ କଂଗ୍ରେସ ତଥା ଅନ୍ୟାନ୍ୟ ରାଜନୈତିକ ଦଳର ଆହ୍ୱାନ କ୍ରମେ ଆଜି ୧୨ ଘଣ୍ଟିଆ ଓଡିଶା ବନ୍ଦ ଡାକରା ଦିଆଯାଇଛି । ଏହାର ପ୍ରଭାବ କଳାହାଣ୍ଡି ଜିଲ୍ଲା କେସିଙ୍ଗା ସହରରେ ଦେଖିବାରୁ ମିଳିଛି । କେସିଙ୍ଗା ନଗର ଓ ବ୍ଲକ କଂଗ୍ରେସ ଦଳ ପକ୍ଷରୁ ବସ୍‌ ଷ୍ଟପ ଛକ ନିକଟରେ ୨୬ ନମ୍ବର ଜାତୀୟ ରାଜପଥକୁ ଅବରୋଧ କରାଯାଇଛି । ସହରରେ ସମସ୍ତ ଦୋକାନ ବଜାର ବନ୍ଦ ରହିଥିବା ଦେଖିବାକୁ ମିଳିଛି । ଏହା ସହିତ ବିଭିନ୍ନ ସରକାରୀ ଓ ବେସରକାରୀ ବିଦ୍ୟାଳୟ, ବିଭିନ୍ନ ସରକାରୀ କାର୍ଯ୍ୟାଳୟ, ବ୍ୟାଙ୍କ, ବୀମା ଅଫିସ ପ୍ରଭୃତି ସରକାରୀ ଅନୁଷ୍ଠାନକୁ ବନ୍ଦ ରଖାଯାଇଛି ବୋଲି ଆନ୍ଦୋଳନକାରୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

jittmm
Leave A Reply

Your email address will not be published.