ବଜ୍ରପାତରେ ୪ ଜଣ ମୃତ

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ଶୁକ୍ରବାର ଅପରାହ୍ଣରେ ବଜ୍ରପାତ ହୋଇଛି । ଏଥିରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ‌ବେଳେ ଅନ୍ୟ ୪ ଜଣଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ ମୟୂରଭଂଜ ଜିଲ୍ଲା କୋଇଲିପାଳ ଗାଁରେ ବ୍ରଜପାତ ଯୋଗୁଁ ଝିଅର ମୃତ୍ୟୁ ହୋଇଥିବା ‌ବେଳେ ବାପା ଗୁରୁତର ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲା ବାଘୁଆ ଗାଁରେ ଜଣେ ଫାଇନାନ୍ସ କର୍ମଚାରୀଙ୍କ ମୃତ୍ୟୁ ହୋଇଛି । ଏଠାରେ ୨ ଜଣ ମହିଳା ଗୁରୁତର ହୋଇଛନ୍ତି । ସେହିପରି ନୂଆପଡ଼ା ଜିଲ୍ଳା ଖଡ଼ିଆଲ କିରିକିଟା ଗାଁରେ ବଜ୍ରପାତରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଥିବା ‌ବେଳେ ଅନ୍ୟ ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି । ସେହିପରି ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ବ୍ଲକ ଗୌଡ଼ପାଟଣା ଗାଁରେ ବଜ୍ରପାତ ଯୋଗୁଁ ଜଣେ ମହିଳାଙ୍କର ମୃତ୍ୟୁ ହୋଇଛି । ରାଜ୍ୟର ବିଭିନ୍ନ ଜିଲ୍ଲାକୁ ସତର୍କ ରହିବା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପରାମର୍ଶ ଜାରି କରାଯାଇଛି । ବିଶେଷ କରି ଆଗାମୀ ୩ ଘଣ୍ଟା ପାଇଁ ୬ଟି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.