ରାଜ୍ୟ ସରକାରୀ କର୍ମଚାରୀଙ୍କୁ ୨୦ ପ୍ରତିଶତ ବକେୟା ଅର୍ଥ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ସରକାର ୭ମ ବେତନ କମିଶନ ସୁପାରିଶକୁ ଗ୍ରହଣ କରି ଏହାକୁ ୨୦୧୬ ଜାନୁଆରୀ ମାସ ଠାରୁ ଲାଗୁ କରିଥିଲେ ଏବଂ ୨୦୧୭ ସେପ୍ଟେମ୍ବର ମାସଠାରୁ ବର୍ଦ୍ଧିତ ଦରମା ପ୍ରଦାନ କରିଥିଲେ । ୭ମ ବେତନ କମିସନ ସୁପାରିଶ ଅନୁଯାୟୀ ଜାନୁଆରୀ ୨୦୧୬ରୁ ଅଗଷ୍ଟ ୨୦୧୭ ମଧ୍ୟରେ ୨୦ ମାସର ବର୍ଦ୍ଧିତ ବକେୟା ଦରମା ବିଭିନ୍ନ କିସ୍ତିରେ ଦେବାକୁ ନିଷ୍ପତ୍ତି ହୋଇଥିଲା । ସପ୍ତମ ବେତନ କମିଶନ ବାବଦ ଆଉ ୨୦ ପ୍ରତିଶତ ବକେୟା ଅର୍ଥ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଏ ସଂକ୍ରାନ୍ତରେ ସରକାରୀ ଘୋଷଣାନାମା ପ୍ରକାଶ ପାଇଛି । ଏହା ଦ୍ୱାରା କର୍ମଚାରୀମାନେ ସପ୍ତମ ବେତନ କମିଶନ ଦରମା ବାବଦ ସଂପୂର୍ଣ୍ଣ ବକେୟା ରାଶି ପାଇପାରିବେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.