କରୋନା ମୁକାବିଲା ପାଇଁ ବଲାଙ୍ଗିରକୁ ୨ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡ଼ିଶାରେ କରୋନା ମହାମାରୀର ଭୟଙ୍କର ସ୍ଥିତି ରହିଛି । ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । କୋଭିଡ୍ ଦ୍ଵିତୀୟ ଲହରୀର ମୁକାବିଲା ପାଇଁ ବଲାଙ୍ଗିର ଜିଲ୍ଲାକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଦୁଇ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୂଚନାଯୋଗ୍ୟ ଯେ, କୋଭିଡର ପ୍ରଥମ ଲହରରେ ଗତବର୍ଷ ବିଭିନ୍ନ ପର୍ୟାୟରେ ବଲାଙ୍ଗିର ଜିଲ୍ଲାକୁ ମୁଖ୍ୟମନ୍ତ୍ରୀ ୧୨ କୋଟି ଟଙ୍କା ମଞ୍ଜୁର କରିଥିଲେ ।
ବଲାଙ୍ଗିର ଜିଲ୍ଲାରେ ଏଯାବତ୍ ୧୬ ହଜାର ୯୪୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୧୪ ହଜାର ୩୧୬ ଜଣ ଆକ୍ରାନ୍ତ କରୋନାକୁ ମାତ୍ ଦେଇଥିବା ବେଳେ ଏବେ ଜିଲ୍ଲାରେ ୨୫୭୦ ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି । ଜିଲ୍ଲାରେ ୫୪ ଜଣଙ୍କ କରୋନାରେ ମୃତ୍ୟୁ ହେଲାଣି ।

Leave A Reply

Your email address will not be published.

8 − three =