ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୯ : ବଲାଙ୍ଗିର ପୌରାଂଚଳରୁ ୨

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ରହିଥିବା ସରକାରୀ ସୂତ୍ରରୁ ଜଣାପଡ଼ିଛି । ବଲାଙ୍ଗିର ପୌରାଂଚଳ ୱାର୍ଡ ନଂ.୧ ଏବଂ ୧୧ରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବେଲପଡା ବ୍ଲକ କାନୁଟ ଗ୍ରା.ପ. ଏବଂ ମଧ୍ୟପୁର ଗ୍ରା.ପ.ରୁ ଜଣେ ଲେଖାଏଁ, ଟିଟିଲାଗଡ଼ ମ୍ୟୁନିସିପାଲିଟି ୱାର୍ଡ ନଂ.୧୨, ୧୫ ଓ ୫ରୁ ଜଣେ ଲେଖାଏଁ ଏବଂ ୱାର୍ଡ ନଂ.୯ରୁ ୨ ଜଣ ଚିହ୍ନଟ ହୋଇଛନ୍ତି । ସୂଚନା ଅନୁସାରେ ଏବେ ୭୯ ଜଣ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତ ଜିଲ୍ଲାରେ ଚିକିତ୍ସାଧୀନ ରହିଛନ୍ତି ।

Leave A Reply

Your email address will not be published.