pakka

ବାଲେଶ୍ୱରର ବାହାନଗାର ଦୁର୍ଘଟଣାସ୍ଥଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପହଂଚି ସ୍ଥିତି ସମୀକ୍ଷା କଲେ

bbehera

ବାଲେଶ୍ୱର, (କେପିଏନଏସ୍‌) : ବାଲେଶ୍ୱରର ବାହାନଗାର ଦୁର୍ଘଟଣାସ୍ଥଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପହଂଚି ସ୍ଥିତି ସମୀକ୍ଷା ସହ ରେସ୍କ୍ୟୁ ଟିମ୍‌ ଅଧିକାରୀଙ୍କ ସହିତ ଆଲୋଚନା କରିଥିବା ଜଣାପଡ଼ିଛି । ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ବାହାନଗା ହାଇସ୍କୁଲ ପଡିଆରେ ଅବତରଣ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁର୍ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି । ମୋଦିଙ୍କ ସହିତ ଉଦ୍ଧାରକାରୀ ଟିମ୍‌ ଅଧିକାରୀ ମଧ୍ୟ ଘଟଣାସ୍ଥଳରେ ରହିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହିତ ରେଳ ମନ୍ତ୍ରୀ ଅଶ୍ବିନ ବୈଷ୍ଣବ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଦୁର୍ଘଟଣାସ୍ଥଳରେ ରହିଛନ୍ତି ।

jay balangir
Leave A Reply

Your email address will not be published.

12 + 7 =

error: Content is protected !!