
ପଦ୍ମପୁର, (ନିରୋଜ କୁମାର ପାଣୀ) : ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ ଉତ୍କଳ ଦିବସ ପାଳନ ହୋଇସାରିଛି । ଉକ୍ତ ଅବସରରେ ଅନୁଷ୍ଠିତ ସଭାରେ ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷକ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀଙ୍କ ସଭାପତିତ୍ୱ କରିଥିବା ବେଳେ ମାନସ ରଞ୍ଜନ ଶତପଥୀ ସଭା ପରିଚାଳନା କରିଥିଲେ । ଶିକ୍ଷକ ଶିକ୍ଷୟିତ୍ରୀ ଉତ୍କଳ ଦିବସର ମହତ୍ତ୍ଵ ବର୍ଣ୍ଣନା କରିଥିଲେ । ଉତ୍କଳ ଦିବସ ଉପଲକ୍ଷେ ଆୟୋଜିତ ବକ୍ତୃତା ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରୀଙ୍କୁ ପ୍ରଧାନ ଶିକ୍ଷୟିତ୍ରୀ ହାତଘଣ୍ଟା ଦେଇ ପୁରସ୍କୃତ କରିଥିଲେ । ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀ ଜ୍ୟୋତ୍ସ୍ନା ରାଣୀ ସାହୁ ଧନ୍ୟବାଦ ଜ୍ଞାପନ କରିଥିଲ । ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ଷଷ୍ଠରୁ ଦଶମ ଶ୍ରେଣୀର ଛାତ୍ରୀମାନଙ୍କୁ ପୌଷ୍ଟିକ ଲଡୁ ଓ ମଧ୍ୟାହ୍ନଭୋଜନ ଦିଆଯାଇଥିଲା । ବିଦ୍ୟାଳୟର ପୂଜାରାଣୀ ନାୟକ, ରବୀନା ପଧାନ, ସଂଯୁକ୍ତା ଭୋଇ, ମନିଷା ଭୋଇ, ବୃନ୍ଦାବତୀ ସାହୁ , ଖୁସବୁ ବରିହା ,ଜ୍ୟୋତି ରେଖା ମହାନନ୍ଦ. ଅମନ କୁମାର ପଣ୍ଡା, ପ୍ରଭାତୀ ପଟ୍ଟନାୟକ, ମମତା ମିଶ୍ର, ନିଳୀମା ରାଣୀ ମହାନ୍ତି, ସୁଷମା ଦାଶ, ଦୁଷ୍ମନ୍ତ ଛତର, କମଳା କୁମ୍ଭାର, ପ୍ରଭାସିନୀ ସାହୁ କାର୍ଯ୍ୟକ୍ରମକୁ ସଫଳ କରିବାରେ ସହଯୋଗ କରିଥିଲେ ।