pakka

ଆଦର୍ଶ ବିଦ୍ୟାଳୟରେ ବନ ମହୋତ୍ସବ

bbehera

ରେଙ୍ଗାଲି : ରେଙ୍ଗାଲି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟରେ ବନ ମହୋତ୍ସବ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ରେ ରେଙ୍ଗାଲି ବ୍ଳକ୍ ଉନ୍ନୟନ ଅଧିକାରୀ ଶଙ୍କର ପ୍ରସାଦ ସାହୁ ମୁଖ୍ୟ ଅତିଥି ରୂପେ ରେଙ୍ଗାଲି ବନାଞ୍ଚଳ ଅଧିକାରୀ ପୃଥ୍ୱିରାଜ ବେହେରା, ବନପାଳ ରବୀନ୍ଦ୍ର ବେହେରା, ରେଙ୍ଗାଲି ସରପଞ୍ଚ ଚିତ୍ତରଞ୍ଜଦ ବାଗ ସମ୍ମାନିତ ଅତିଥି ରୂପେ ଯୋଗ ଦେଇଥିଲେ । ଅତିଥି ମାନେ ଚାରା ରୋପଣର ଉଦ୍ଦେଶ୍ୟ ଏବଂ ଲକ୍ଷ୍ୟ ଉପରେ ଆଲୋକପାତ କରିଥିଲେ । ଏହି ଅବସରରେ ବିଦ୍ୟାଳୟ ପରିସରରେ ୧୦୯ଟି ବିଭିନ୍ନ ପ୍ରଜାତିର ଚାରା ରୋପଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ବିଦ୍ୟାଲୟର ଶିକ୍ଷକ ନାରାୟଣ ପଟେଲ ପରିଚାଳନା କରିଥିଲେ । ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ଏବଂ ଛାତ୍ର/ଛାତ୍ରୀ ଏଥିରେ ସାମିଲ ହୋଇଥିଲେ ।

jay balangir
Leave A Reply

Your email address will not be published.

5 × five =