pr

ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ “ନୂଆ-ଓ, ଯୁବ ଓଡିଶା ନବୀନ ଓଡିଶା” ସପ୍ତମ ଦିବସରେ କ୍ରୀଡା ପ୍ରତିଯୋଗିତା

dr. purohit

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ପରିସରରେ “ନୂଆ-ଓ ଯୁବ ଓଡିଶା, ନବୀନ ଓଡିଶା” କାର୍ଯ୍ୟକ୍ରମ ଅଧ୍ୟକ୍ଷ ଡଃ ଶୋଭେନ୍ଦ୍ର କୁମାର ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଓଡିଶା ସରକାରଙ୍କର କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥିଭାବରେ ସମାଜସେବୀ ତଥା ପୂବର୍ତନ ସରପଞ୍ଚ ସୁଶାନ୍ତ କୁମାର ଯୋଶୀ, ସାମ୍ବାଦିକ ଦିପକ କୁମାର ଦାସ ଯାଦବ ଓ ସମାଜସେବୀ ଅନିଲ କୁମାର ଖମାରୀ ମଞ୍ଚାସୀନ ଥିଲେ । ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ କ୍ରିକେଟ ଓ ଫୁଲବଲ ପ୍ରତିଯୋଗିତା ହୋଇଥିଲା । ଏହି ଅବସରରେ ଅଧ୍ୟାପକ ତଥା ନୋଡାଲ ଅଫିସର ଆଲୋକ କୁମାର ରଥ, ଖେଳ ଶିକ୍ଷକ ଜୟପ୍ରକାଶ ସାହୁ, ଅଧ୍ୟାପକ ନଟବର ବେହେରା, ଅଧ୍ୟାପକ ଭାଷ୍କର ମେହେର, ଡିଲେଶ୍ୱର ନିଆଲ, ଲୋକନାଥ ମେହେର, ସୀତାରାମ ପାଣିଗ୍ରାହୀ, ରାମକୃଷ୍ଣ ବାଗ, ଆଲୋକ ମୁଣ୍ଡ, ରଞ୍ଜିତ କୁମାର ସଗରିଆ, ଗିରିଶ ଚନ୍ଦ୍ର ଧୁବଲ, ଦମୟନ୍ତୀ ମେହେର, ଜୟନ୍ତୀ ଖୁଣ୍ଟିଆ, କ୍ଷୀରସିନ୍ଧୁ ରଣା, ଭୂଷଣ ଚନ୍ଦ୍ର ମେହେର, ଜୟ ପ୍ରକାଶ ମେହେର, ତେଜେଶ୍ୱର ପ୍ରଧାନ, ବନୀତା ସାହୁ, ଦେବରାଜ ମେହେର, ରୋହିଣୀ ପ୍ରଧାନୀ, ସୁବର୍ଣ୍ଣ ସେନ୍ଦ୍ରିଆ ତଥା ସମସ୍ତ କର୍ମଚାରୀ ବୃନ୍ଦ ଏବଂ ବହୁତ ସଂଖ୍ୟାରେ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ ।

nrusinghnath
Leave A Reply

Your email address will not be published.