
ବଙ୍ଗୋମୁଣ୍ଡା, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଚାନ୍ଦୋତରା, ଜାମଖୁଣ୍ଟା, ଗନ୍ଧର୍ଲା ପଞ୍ଚାୟତ ଗୁଡିକରେ ନୂତନ ସାମାଜିକ ସୁରକ୍ଷା ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କଣ୍ଟାବାଞ୍ଜି ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଲକ୍ଷ୍ମଣ ବାଗ ଯୋଗ ଦେଇ ହିତାଧିକାରୀ ମାନଙ୍କୁ ଭତ୍ତା ବଣ୍ଟନ କରିଥିଲେ । ସେ କହିଥିଲେ ଯେ, ସରକାରଙ୍କ ସାମାଜିକ ସୁରକ୍ଷା ଯୋଜନା ସମାଜର ବୃଦ୍ଧ, ବିଧବା, ଭିନ୍ନକ୍ଷମ ଓ ଅନ୍ୟାନ୍ୟ ସହଜ ସହାୟକ ହେଉଛି । ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ ପାଖରେ ସରକାରୀ ସହାୟତା ପହଞ୍ଚାଇବା ପାଇଁ ସରକାର ପ୍ରତିବଦ୍ଧ ବୋଲି ସେ ପ୍ରକାଶ କରିଥିଲେ । ହିତାଧିକାରୀ ମାନଙ୍କୁ ସରକାରୀ ଯୋଜନାର ସୁବିଧା ସମ୍ପର୍କରେ ସଚେତନ କରିବା ସହ ଏହାର ସଠିକ୍ ଉପଯୋଗ କରିବାକୁ ପରାମର୍ଶ ଦେଇଥିଲେ । କାର୍ଯ୍ୟକ୍ରମଟି ସୂଚାରୁ ଭାବେ ସମ୍ପନ୍ନ ହୋଇଥିବା ବେଳେ ହିତାଧିକାରୀ ମାନେ ଭତ୍ତା ପାଇ ସନ୍ତୋଷ ପ୍ରକାଶ କରିଥିଲେ । ଏହି ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ସାମାଜିକ ସୁରକ୍ଷା ଯୋଜନାକୁ ଅଧିକ ସୁଦୃଢ଼ କରିବା ସହ ଯୋଗ୍ୟ ଲୋକଙ୍କ ପାଖରେ ସରକାରୀ ସହାୟତା ପହଞ୍ଚାଇବା ଦିଗରେ ଏକ ଗୁରୁତ୍ଵପୂର୍ଣ୍ଣ ପଦକ୍ଷେପ ବୋଲି ମତ ପ୍ରକାଶ କରିଥିଲେ । ଏଥିରେ ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି ଭୋଳାନାଥ ବେହେରା, ସିନ୍ଧେକେଲା ଜୋନ ଜିଲ୍ଲା ପରିଷଦ ସଦସ୍ୟ ଦାମ ସୁନା, ସାଂସଦଙ୍କ ବଙ୍ଗୋମୁଣ୍ଡା ବ୍ଲକ ପ୍ରତିନିଧି ଅନିଲ ନାଏକ, ଚାନ୍ଦୋତରା ସରପଞ୍ଚ ଜିତେନ ବଚ୍ଛା, ଗନ୍ଧର୍ଲା ସରପଞ୍ଚ ଚାହାନ୍ତି କନ୍ଧପାଣି, ଜାମଖୁଣ୍ଟା ସରପଞ୍ଚ ଉଦ୍ଧବ ବେହେରା, ପୂର୍ବତନ ଅଲଣ୍ଡା ସରପଞ୍ଚ ଅର୍ଜୁନ ଯାଦବ, ଝରିଆଲ ସରପଞ୍ଚ ଭରଦ୍ୱାଜ ଗହିର, ନରେନ୍ଦ୍ର ରଣା, କିଶୋର ମେହେର, ପ୍ରଦୀପ ଜାଲ ପ୍ରମୁଖ ଉପସ୍ଥିତ ରହି ହିତାଧିକାରୀଙ୍କୁ ନୂତନ ଭତ୍ତା ବଣ୍ଟନ କରିଥିଲେ । ଏଥିରେ ପଞ୍ଚାୟତ ଗୁଡିକର ଜନ ପ୍ରତିନିଧି ଓ କର୍ମଚାରୀମାନେ ସହଯୋଗ କରିଥିଲେ ।