pakka

ରୋଟାରୀ କ୍ଲବ ଛତ୍ରପୁର ପକ୍ଷରୁ ବହି ବସ୍ତାନୀ ବଣ୍ଟନ

bbehera

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ରୋଟାରୀ କ୍ଲବ ପକ୍ଷରୁ ଛତ୍ରପୁର ବ୍ଲକ ଅନ୍ତର୍ଗତ ଭିକାରିପଲ୍ଲୀ ଗ୍ରାମର ସରକାରୀ ପ୍ରାଥମିକ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀମାନଙ୍କୁ ବହି ବସ୍ତାନୀ ପ୍ରଦାନ କରାଯାଇଛି । ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀ ଶ୍ରୀମତୀ ଅରୁଣ ଗୌଡଙ୍କ ସଭାପତିତ୍ୱରେ ଆୟୋଜିତ ବସ୍ତାନୀ ବଣ୍ଟନ କାର୍ଯ୍ୟକ୍ରମରେ ସରପଞ୍ଚଙ୍କ ପ୍ରତିନିଧି ମଥୁରା ସୁବୁଦ୍ଧି ମୁଖ୍ୟ ଅତିଥି ଭାବେ ଯୋଗଦେଇ ବସ୍ତାନୀ ବଣ୍ଟନ କରିଥିଲେ । ରୋଟାରୀ କ୍ଲବ ସଭାନେତ୍ରୀ ଏସ.ରେଖା ମହାନ୍ତି, ସମ୍ପାଦିକା ସ୍ୱାଗତିକା ସାମନ୍ତରାୟ, ସଦସ୍ୟ ଦ୍ୱାରକା ପ୍ରସାଦ ପଟ୍ଟନାୟକ, ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟା ସିମା ନାହାକ ଅତିଥି ଭାବେ ଯୋଗ ଦେଇଥିବା ବେଳେ ପ୍ରଧାନ ଶିକ୍ଷୟିତ୍ରୀ ସୁକାନ୍ତୀ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ ।

jay balangir
Leave A Reply

Your email address will not be published.

2 + 8 =