pakka

ପୋଲସରାଠାରେ ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ଦ୍ଵାରା ୪୭୨ ଜଣଙ୍କୁ ମଧୁବାବୁ ପେନସନ୍‌ ନୂତନ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ

bbehera

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଓଡ଼ିଶା ସରକାରଙ୍କ ଆନୁକୂଲ୍ୟରେ ମଧୁବାବୁ ପେନସନ୍‌ ନୂତନ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ୪୭୨ ଜଣ ବୃଦ୍ଧ ବୃଦ୍ଧା, ଭିନ୍ନକ୍ଷମ ଏବଂ ବିଧବା ମହିଳାମାନଙ୍କୁ ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁ ଭତ୍ତା ବଣ୍ଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ପୋଲସରା ବ୍ଲକ ଅଧ୍ୟକ୍ଷା, ଉପାଧ୍ୟକ୍ଷ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଜିଲ୍ଲା ପରିଷଦ ସଦସ୍ୟ, ସରପଞ୍ଚ ସମିତିସଭ୍ୟ ଓ ସରକାରୀ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ ।

jay balangir
Leave A Reply

Your email address will not be published.

4 × two =

error: Content is protected !!