pakka

ସୁବର୍ଣ୍ଣପୁର ଜିଲ୍ଲାରେ ସମ୍ଭାବ୍ୟ ବନ୍ୟାର ମୁକାବିଲା ପ୍ରସ୍ତୁତି ପାଇଁ ଟେବୁଲ ଟପ ଏକ୍ସରସାଇଜ ବୈଠକ

bbehera
  • ଜିରୋ କାଜୁଆଲିଟି ଉପରେ ଜିଲ୍ଲପାଳଙ୍କ ଗୁରୁତ୍ୱାରୋପ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଚଳିତ ବର୍ଷ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅବୋଲୀ ସୁନିଲ ନରୱଣେଙ୍କ ଅଧ୍ୟକ୍ଷତାରେ ଟେବୁଲ ଟପ ଏକ୍ସରସାଇଜ ଜିଲ୍ଲପାଳଙ୍କ କାର୍ଯ୍ୟଳୟ ସଭା କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଜରୁରୀକାଳୀନ ଶାଖା ଦ୍ଵାରା ଆହୂତ ଏହି ବୈଠକରେ ଜିଲ୍ଲାରେ ସମ୍ଭାବ୍ୟ ବନ୍ୟାର ଉଚିତ ମୁକାବିଳା ପାଇଁ ବିଭିନ୍ନ ବିଭାଗ ବନ୍ୟା ପୂର୍ବରୁ, ବନ୍ୟା ସମୟରେ ଓ ବନ୍ୟା ପରବର୍ତ୍ତୀ ସମୟରେ ଯାହା ସବୁ ପଦକ୍ଷେପ ନେବେ ସେ ଉପରେ ବିଭାଗୀୟ ଅଧିକାରୀ ମାନେ ନିଜସ୍ୱ ମତାମତ ରଖି ତାହାର ତଥ୍ୟ ଦୃଶ୍ୟ ଶ୍ରାବ୍ୟ ଯନ୍ତ୍ର ମାଧ୍ୟମରେ ଉପସ୍ଥାପନା କରିଥିଲେ । ଜିଲ୍ଲପାଳ ଶ୍ରୀମତୀ ନରୱଣେ ବିଭାଗମାନଙ୍କ ଦ୍ୱାରା ପ୍ରସ୍ତୁତ କାର୍ଯ୍ୟକ୍ରମର ତଥ୍ୟ ଗୁଡିକର ପ୍ରତ୍ୟେକଟି ବିନ୍ଦୁ ଉପରେ ବିଷଦ ଭାବରେ ଆଲୋଚନା କରି ସମ୍ଭାବ୍ୟ ବନ୍ୟାର ସଠିକ୍‌ ଓ ବ୍ୟବସ୍ଥିତ ମୁକାବିଳା ନିମନ୍ତେ ପ୍ରସ୍ତୁତ ରହିବାକୁ ନିର୍ଦେଶ ଦେଇଛନ୍ତି । ସେ ଏହି ପରିପ୍ରେକ୍ଷୀରେ ଜିଲ୍ଲାର ସମସ୍ତ ବିଭାଗ ପରସ୍ପର ମଧ୍ୟରେ ସହଯୋଗ ରକ୍ଷା ପୂର୍ବକ କାର୍ଯ୍ୟ କରିବା ସହ ଜିଲ୍ଲାରେ ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱ ଦେବାକୁ ପରାମର୍ଶ ଦେଇଛନ୍ତି । ଏହି କାର୍ଯ୍ୟକ୍ରମ ରେ ଜାତୀୟ ବିପର୍ଯ୍ୟୟ ପ୍ରଶମନ ବାହିନୀର ଇନ୍ସପେକ୍ଟର ୟୁ ସୀ ପ୍ରସାଦ ବନ୍ୟାର ମୁକାବିଳା ନିମନ୍ତେ ଏନ୍‌ଡିଆର୍‌ଏଫ୍‌ର ଭୂମିକା ଉପରେ ଆଲୋକପାତ କରିଥିଲେ । ଆସନ୍ତା କାଲି ତା ୧୯/୦୬/୨୨ ପୂର୍ବାହ୍ନ ୯ ଘଟିକା ସମୟରେ ଜିଲ୍ଲାରେ ଥିବା ୬ ଗୋଟି ବହୁମୁଖୀ ବନ୍ୟା ଆଶ୍ରୟ ସ୍ଥଳୀଠାରେ ମକଡ୍ରିଲ ଅନୁଷ୍ଠିତ ହେବ । ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ, ଅତିରିକ୍ତ ଜିଲ୍ଲାପାଳ ନିଶି ପୁନମ୍ ମିଞ୍ଜ୍, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ହେମନ୍ତ କୁମାର ପାଢ଼ୀ, ପ୍ରକଳ୍ପ ନିର୍ଦେଶକ ଡିଆର୍‌ଡିଏ ନିହାର ରଞ୍ଜନ କଁହର, ଉପ ଜିଲ୍ଲାପାଳ ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ବୀରମହାରାଜପୁର ଉପ ଜିଲ୍ଲାପାଳ ଅଶୋକ ଭୋଇ ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀ, ଲାଇନ ଡିପାର୍ଟମେଣ୍ଟର ଅଧିକାରୀ ପ୍ରମୁଖ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, କାର୍ଯ୍ୟନିର୍ବାହୀ ଅଧିକାରୀ ମ୍ୟୁନିସିପାଲିଟି ଓ ବିଜ୍ଞାପିତ ଅଞ୍ଚଳ ପରିଷଦ, ବିଭିନ୍ନ ଗଣମାଧ୍ୟମର ପ୍ରତିନିଧି ଉପସ୍ଥିତ ଥିଲେ । ଜିଲ୍ଲା ଜରୁରୀକାଳୀନ ଅଧିକାରୀଣୀ ସୁଶ୍ରୀ ପ୍ରୟାଶୀ ପ୍ରଧାନ ବୈଠକର ଆଭିମୁଖ୍ୟ ଓ ତାତ୍ପର୍ଯ୍ୟ ଉପରେ ଆଲୋକପାତ କରିବା ସହିତ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ଜିଲ୍ଲା ଜରୁରୀ ଶାଖାର ପ୍ରକଳ୍ପ ଅଧିକାରୀ ବିଶ୍ୱନାଥ ନାୟକ ଓ ଅନ୍ୟ ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ ।

Leave A Reply

Your email address will not be published.

eighteen + fourteen =