- ଉପମୁଖ୍ୟମନ୍ତ୍ରୀ ମୁଖ୍ୟ ଅତିଥି
ବାରିପଦା, (ଦେବସ୍ମିତ ଚୌଧୁରୀ) : ସ୍ଥାନୀୟ ଷ୍ଟାଡିୟମ ସମ୍ମିଳନୀ କକ୍ଷରେ ରବିବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ୧୩୧-ତମ “ମନ୍ କୀ ବାତ୍” କାର୍ଯ୍ୟକ୍ରମ ଆଡମ୍ବର ସହକାରେ ଆୟୋଜିତ ହୋଇଯାଇଛି । ଏଥିରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମର ଗୁରୁତ୍ୱ ନେଇ ଉପସ୍ଥିତ ଜନତାକୁ ବୁଝାଇଥିବା ଜଣାଯାଇଛି । ବିଜେପି ମୟୂରଭଞ୍ଜ (ପୂର୍ବ) ସାଙ୍ଗଠନିକ ଜିଲ୍ଲା ସଭାପତି ନିହାର ରଞ୍ଜନ ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି “ମନ୍ କୀ ବାତ୍” ସମାବେଶରେ ଅନ୍ୟମାନଙ୍କ ମଧ୍ୟରେ ବାରିପଦା ବିଧାୟକ ପ୍ରକାଶ ଚନ୍ଦ୍ର ସୋରେନ, ପୂର୍ବତନ ମନ୍ତ୍ରୀ ମହାରାଜା ପ୍ରବୀଣ ଚନ୍ଦ୍ର ଭଞ୍ଜଦେଓ, ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜୀବନ କୁମାର ସାହୁ ଓ ସଞ୍ଜୀବ କୁମାର ମହାନ୍ତି ତଥା ବିଜେପି ରାଜ୍ୟ ଜନଜାତି ମୋର୍ଚ୍ଚା ସଭାପତି କାନ୍ଦ୍ରା ସୋରେନ ଓ ବିଜେପି ରାଜ୍ୟ ପ୍ରବକ୍ତା କବିବିଷ୍ଣୁ ଶତପଥୀ ପ୍ରମୁଖ ଉପସ୍ଥିତ ରହି ମଞ୍ଚାସୀନ ଥିଲେ । ସଭାରେ ବହୁସଂଖ୍ୟକ ଦଳୀୟ କର୍ମୀ, ବୁଦ୍ଧିଜୀବୀ ଓ ସ୍ଥାନୀୟ ଜନସାଧାରଣ ଯୋଗଦେଇ ପ୍ରଧାନମନ୍ତ୍ରୀଙ୍କ “ମନ୍ କୀ ବାତ୍” କାର୍ଯ୍ୟକ୍ରମକୁ ଦେଖିଥିଲେ ଓ ଶୁଣିଥିଲେ ।