ନବୀନ ପଟ୍ଟନାୟକଙ୍କୁ ଭେଟିଲେ ବିଜେଡିର ବରିଷ୍ଠ ନେତା

ଭୁବନେଶ୍ୱର : ବିଜେଡିର ରାଜ୍ୟ ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ବିଜେଡିର ବରିଷ୍ଠ ନେତା । ମୁମ୍ବାଇ ସ୍ଥିତ କୋକିଳାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ନବୀନ ପଟ୍ଟନାୟକ ଚିକିତ୍ସାଧୀନ ଥିବାବେଳେ ତାଙ୍କୁ ବିଜେଡିର ବରିଷ୍ଠ ନେତାମାନେ ଭେଟିଛନ୍ତି । ପୂର୍ବତନ କେନ୍ଦ୍ରମନ୍ତ୍ରୀ ଚନ୍ଦ୍ରଶେଖର ସାହୁ, ବିଜେଡିର ବରିଷ୍ଠ ନେତା ପ୍ରଣବ ପ୍ରକାଶ ଦାସ, ପୂର୍ବତନ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଜେଡିର ବରିଷ୍ଠ ନେତା ସଞ୍ଜୟ କୁମାର ଦାସବର୍ମା, ଅତନୁ ସବ୍ୟସାଚୀ ନାୟକ, ସାଂସଦ ମାନସ ମଙ୍ଗରାଜ, ବିଧାୟକ ସଞ୍ଜୀବ ମଲ୍ଲିକ, ସୁଶାନ୍ତ ରାଉତ, ବିଶ୍ୱ ରଞ୍ଜନ ମଲ୍ଲିକ, ଧୃବଚରଣ ସାହୁ, ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା, ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟ ପ୍ରମୁଖ ଭେଟିଥିଲେ । ନବୀନ ପଟ୍ଟନାୟକଙ୍କ ବଡ ଭାଇ ପ୍ରେମ ପଟ୍ଟନାୟକ ଓ ନବୀନଙ୍କୁ ଚିକିତ୍ସା କରୁଥିବା ଡାକ୍ତର ଟିମ୍ ସହିତ ମଧ୍ୟ ଭେଟି ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ସଂପର୍କରେ ଆଲୋଚନା କରିଥିଲେ । ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦରେ ଖୁବଶୀଘ୍ର ନବୀନ ପଟ୍ଟନାୟକ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଓଡ଼ିଶାକୁ ଜୁଲାଇ ପ୍ରଥମ ସପ୍ତାହରେ ଫେରିବେ ବୋଲି ଦଳର ଉପସଭାପତି ତଥା ରାଜନୈତିକ ବ୍ୟାପାର କମିଟିର ସଦସ୍ୟ ସଂଜୟ କୁମାର ଦାସବର୍ମା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.