pakka

ବରଗଡ ଜିଲ୍ଲାରେ ୫୬୩ ମିମି ବର୍ଷା

bbehera

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳରେ ଗତ ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହୋଇଛି । ଜିଲ୍ଲାରେ ୫୭୩.୫ ମିମି ବର୍ଷା ହୋଇଥିବା ରେକର୍ଡ ହୋଇଛି । ବିଜେପୁର ବ୍ଲକ ଅଞ୍ଚଳରେ ସର୍ବାଧିକ ୭୨ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ପଦ୍ମପୁର ବ୍ଲକ ଅଞ୍ଚଳରେ ୨୮ ମିମି ବର୍ଷା ହୋଇଥିବା ଜିଲ୍ଲା ଜରୁରୀକାଳୀନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ପ୍ରବଳ ବର୍ଷା ଯୋଗୁଁ ଜନଜୀବନ ପ୍ରଭାବିତ ହୋଇଥିବା ବେଳେ ସହରର ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କୁ ସତର୍କ ରହିବାକୁ ସୂଚନା ଦିଆଯାଇଛି । ସେହିପରି ଅମ୍ଭାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ଗ୍ରାମରେ ବର୍ଷା ପାଣି ସହ ହୀରାକୁଦ ଜଳଭଣ୍ଡାରରେ ଅଧିକ ପାଣି ପ୍ରବେଶ କରୁଥିବା ଯୋଗୁଁ ପଛୁଆ ଜଳ ପଶିବାର ଆଶଂକା ଦେଖା ଦେଇଛି । ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Leave A Reply

Your email address will not be published.

four × 3 =