ଆଜିଠୁ ୨ ଦିନ ବର୍ଷା ସମ୍ଭାବନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ୧୭ ଏବଂ ୧୮ ତାରିଖରେ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ୧୭ ତାରିଖରେ ସୁନ୍ଦରଗଡ, ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତ୍‌ସିଂହପୁର, ଢେଙ୍କାନାଳ ଏବଂ ଯାଜପୁର ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ । ସେହିପରି ୧୮ ତାରିଖରେ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.