
ଭୁବନେଶ୍ୱର : ରାଜ୍ୟରେ ଆଉ ଦୁଇ ଦିନ ବର୍ଷା ହେବାର ସମ୍ଭାବନା ରହିଛି । ସୋମବାର ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ନୂଆପଡ଼ା, ନବରଙ୍ଗପୁର ଓ କଳାହାଣ୍ଡିରେ ବି ବର୍ଷା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।