jayashree

୪ରେ ଲଘୁଚାପ, ୩ରୁ ଉପକୂଳ ଓ ଦକ୍ଷିଣରେ ପ୍ରବଳ ବର୍ଷିବ

ଭୁବନେଶ୍ୱର : ୪ ତାରିଖ ଆଡ଼କୁ ବଙ୍ଗୋପସାଗରରେ ଏକ ଲଘୁଚାପ ‌କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ୩ରୁ ୫ତାରିଖ ପର୍ଯ୍ୟନ୍ତ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍ଥାନୀୟ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ମିଳିଛି ।

ଆଜିଠାରୁ ରାଜ୍ୟର କିଛି ଅଞ୍ଚଳ ଯଥା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ଢେଙ୍କାନାଳ ଆଦି ଜିଲ୍ଲା‌ରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ୩ ତାରିଖ ଦିନ ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡି ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, ‌କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, ‌କୋରାପୁଟ, ରାୟଗଡ଼ା, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.