ଆସନ୍ତାକାଲିଠୁ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆଜି ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଲଘୁଚାପ କ୍ଷେତ୍ର । ଏହା କ୍ରମେ ଘନୀଭୂତ ହୋଇ ୧୬ ତରିଖ ବେଳକୁ ଅବପତାର ରୂପ ନେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତାକାଲି ଅର୍ଥାତ ୧୫ ତାରିଖରୁ ପାଗ ମେଘୁଆ ରହିବ । ହାଲୁକା ବର୍ଷା ସମ୍ଭାବନା ମଧ୍ୟ ରହିଥିବା ନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ମିଳିଥିବା ସୂଚନା ଅନୁସାରେ, ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ସମ୍ଭାବ୍ୟ ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି । ୧୬ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଆହୁରିୂ ଘୀନଭୂତ ହୋଇ ଅବପାତରେ ପରିଣତ ହୋଇପାରେ ।

ଏହାର ପ୍ରଭାବରେ ଭଦ୍ରକ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଗଞ୍ଜାମରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ଏହି ୬ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Leave A Reply

Your email address will not be published.

five × five =