ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ । କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ଜିଲ୍ଲାର କିଛି କିଛି ସ୍ଥାନରେ ବର୍ଷାର ପ୍ରଭାବ ଦେଖିବାକୁ ମିଳିପାରେ । ସେହିପରି ଘନ କୁହୁଡି ସ୍ଥିତି କଳାହାଣ୍ଡି, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ, କେଉଁଝର ଓ ଝାରସୁଗୁଡା ଜିଲ୍ଲାରେ ଦେଖାଦେଇପାରେ । ଏନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ସେହିପରି ଆଗକୁ ଶୀତ ବଢିବାର ସମ୍ଭାବନା ରହିଛି ବୋଲି ଆକଳନ କରିଛି ପାଣିପାଗ ବିଭାଗ । ରାଜ୍ୟରେ ଦୁଇ ଦିନ ବର୍ଷା ସମ୍ଭାବନା ଅଛି । ୧୭ ତାରିଖରେ ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ଦେବଗଡ଼ ଓ ମୟୂରଭଞ୍ଜର କିଛି ସ୍ଥାନରେ ବର୍ଷା ହୋଇପାରେ ।

Leave A Reply

Your email address will not be published.