ଆଶ୍ୱସ୍ତି ଆଣିଛି କାଳବୈଶାଖୀ ବର୍ଷା

ଭୁବନେଶ୍ୱର : ରାଜ୍ୟରେ ବଦଳିଛି ପାଗର ମିଜାଜ୍ । ଆଶ୍ୱସ୍ତି ଆଣିଛି କାଳବୈଶାଖୀ ବର୍ଷା । ଆଗାମୀ ୩ରୁ ୪ ଦିନ ଯାଏ କାଳବୈଶାଖୀ ବର୍ଷା ନେଇ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଜି ଓ ଆସନ୍ତାକାଲି ପାଇଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡ଼ିକ ହେଉଛି ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି ଓ କନ୍ଧମାଳ । ଆଜି ପାଇଁ ୧୪ ଜିଲ୍ଲାକୁ ବିଜୁଳି, ଘଡ଼ଘଡ଼ି ସହ ପବନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତା ୧୦ ତାରିଖ ଯାଏ କାଳବୈଶାଖୀ ବର୍ଷା ନେଇ ସତର୍କ ସୂଚନା ଜାରି ହୋଇଛି । ଏହାର ପ୍ରଭାବରେ ଆଗାମୀ ୩ରୁ ୪ ଦିନ ପାଇଁ ଦିନ ତାପମାତ୍ରାରେ ୪ରୁ ୬ ଡିଗ୍ରୀ କମିବା ସମ୍ଭାବନା ରହିଛି । ଉତ୍ତର ଉପକୂଳ ଓଡ଼ିଶା-ପାଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ପବନର ବେଗ ୪୦ରୁ ୫୦ କିମି ରହିବା ସମ୍ଭାବନା ରହିଛି । ସମ୍ଭାବ୍ୟ ପରିସ୍ଥିତିକୁ ନଜରରେ ରଖି ୮ ତାରିଖ ଯାଏ ମତ୍ସ୍ୟଜୀବୀଙ୍କ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।

Leave A Reply

Your email address will not be published.

four × four =