ଆଜିଠୁ ସାରା ରାଜ୍ୟରେ ପ୍ରବଳ ବର୍ଷା : ୫ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ଆଗାମୀ ୫ ଦିନ ମଧ୍ୟରେ ସାରା ରାଜ୍ୟରେ ମଧ୍ୟମଧରଣର ବର୍ଷା ଲାଗିରହିବ । ଆଉ କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ବୁଧବାର ଉପକୂଳ ଓଡ଼ିଶାରେ କାଳବୈଶାଖୀ ସହ ବର୍ଷା ହେବାକୁ ଥିବାବେଳେ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ । ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତାହାକୁ ନଜରରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Leave A Reply

Your email address will not be published.