om academy

ଆଉ ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା : ୟେଲୋ ୱାର୍ଣ୍ଣିଂ ଜାରି

jsm

ଭୁବନେଶ୍ୱର : ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା । ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିବାରୁ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଲଘୁଚାପ ପ୍ରଭାବରେ ସମୁଦ୍ର ମଧ୍ୟ ଅଶାନ୍ତ ରହିବ । ୩ ଦିନ ପର୍ଯ୍ୟନ୍ତ ଗଭୀର ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସଜୀବୀଙ୍କୁ ପରାମର୍ଶ ଦିଆଯାଇଛି । ତେବେ ପ୍ରବଳ ବର୍ଷା ନେଇ ୩ ଜିଲ୍ଲା ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ ।

Leave A Reply

Your email address will not be published.