୨୩ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଅବପାତରେ ପରିଣତ ହୋଇଛି । ବର୍ତ୍ତମାନ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୪ କିମି ବେଗରେ ଗତି କରୁଛି । ଏବେ ପୁରୀ ଠାରୁ ଦକ୍ଷିଣ-ଦକ୍ଷିଣପଶ୍ଚିମ ଦିଗରେ ୪୦ କିମି ଦୂର ଓ ଗୋପାଳପୁରରୁ ପୂର୍ବ-ଉତ୍ତରପୂର୍ବ ଦିଗରେ ୬୦ କିମି ଦୂରରେ ରହିଛି ଅବପାତ । ଆଜି ସକାଳ ସୁଦ୍ଧା ଅବପାତ ଉତ୍ତର ପଶ୍ଚିମ ଦିଗରେ ଗତି କରିବା ପରେ ପୁରୀ ଦେଇ ଓଡ଼ିଶା ଉପକୂଳ ଅତିକ୍ରମ କରିଛି । ଫଳରେ ପୁରୀ ସମେତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସମୁଦ୍ର ଅଶାନ୍ତ ଥିବାରୁ ଆଗାମୀ ଦୁଇ ଦିନ ପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି । ରାଜ୍ୟର ବିଭିନ୍ନ ଜିଲ୍ଲାରେ ୨୩ ତାରିଖ ଯାଏଁ ବର୍ଷା ହେବ । ଆଜି କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପ୍ରବଳ ବର୍ଷା ନେଇ ୧୫ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ଆଲର୍ଟ ଜାରି ହୋଇଛି ।

Leave A Reply

Your email address will not be published.