ଭୁବନେଶ୍ୱର : ଆଗାମୀ ୪ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ଉତ୍ତର ବଙ୍ଗୋପସାଗର ଓ ପାଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାବେଳେ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । କୋରାପୁଟ, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ବଲାଙ୍ଗିର, କନ୍ଧମାଳ, ସୋନପୁର, ବରଗଡ଼, କଟକ, ନୟାଗଡକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ବର୍ଷା ଜାରି ରହିବା ସହ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।
Next Post