ଆଜିଠୁ ରାଜ୍ୟରେ ବଢିବ ବର୍ଷା : ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର : ଆଜିଠୁ ରାଜ୍ୟରେ ବଢିବ ବର୍ଷା । ଆଗାମୀ ୩ ଘଣ୍ଟା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସୁନ୍ଦରଗଡ, ମାଲକାନଗିରି, ବରଗଡ ଏବଂ ସମ୍ବଲପୁର । ଏଠିକାର ଜିଲ୍ଲା ପ୍ରଶାସନ ମାନଙ୍କୁ ସତର୍କ ରହିବାକୁ କୁହାଯାଇଛି । ଝାଡ଼ଖଣ୍ଡ ଉପରେ ଏକ ଘୂର୍ଣ୍ଣିବଳୟ ରହିଥିବା ବେଳେ ବାଂଲାଦେଶ ଏବଂ ଏହାର ଆଖପାଖ ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାସହ ମୌସୁମୀ ଟ୍ରାପ୍ ଲାଇନ୍ ସକ୍ରିୟ ରହିଛି । ଯାହା ଫଳରେ ଆଜିଠାରୁ ରାଜ୍ୟରେ ବଢିବ ବର୍ଷା ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ

Leave A Reply

Your email address will not be published.